ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନିର୍ବାଚନୀ ଋତୁରେ ଏଣ୍ଡୁଅ ପରି ରଙ୍ଗ ବଦଳାଉଛନ୍ତି ନେତା। କେଉଁ ନେତା ଟିକେଟ୍ ନମିଳିବାରୁ ଦଳ ବଦଳାଉ ଥିବାବେଳେ ଆଉ କେହି ଟିକେଟ୍ ପାଇ ମଧ୍ୟ ଦଳ ବଦଳାଉଛନ୍ତି।
ନିକଟରେ କେନ୍ଦୁଝର ଜିଲ୍ଲା ଆନନ୍ଦପୁରର ପୂର୍ବତନ ବିଧାୟକ ଭାଗିରଥୀ ସେଠୀ ବିଜେପିରୁ ଟିକେଟ ପାଇବା ପରେ ବିଜେଡିରେ ସାମିଲ ହୋଇଥିବା ବେଳେ ଆଜି ଆଉ ଜଣେ ନେତା ମଧ୍ୟ ତାଙ୍କ ରାସ୍ତା ଆପଣାଇଛନ୍ତି। ୟାଙ୍କ ନାଁ ତୁଷାରକାନ୍ତି ବେହେରା।
ତୁଷାରକାନ୍ତିଙ୍କୁ ବିଜେପି କାକଟପୁର ବିଧାନସଭା ଆସନରୁ ଟିକେଟ୍ ଦେଇଥିଲା। ତା’ସତ୍ତ୍ୱେ ସେ ଆଜି ବିଜେଡିରେ ମିଶିଛନ୍ତି। ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ ବିଜେଡିରେ ସାମିଲ ହୋଇଥିଲେ।
ସୂଚନାଯୋଗ୍ୟ, ବିଜେଡି ପୂର୍ବରୁ କାକଟପୁରରୁ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରି ସାରିଛି। ଦଳ ଏଠାରୁ ସୁରେନ୍ଦ୍ର ସେଠୀଙ୍କୁ ଟିକେଟ୍ ଦେଇଛି।
୨୦୧୪ରେ ତୁଷାରକାନ୍ତି ବେହେରାଙ୍କୁ କାକଟପୁର ବିଧାନସଭା ଆସନ ପାଇଁ ବିଜେପି ପ୍ରାର୍ଥୀ କରିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଡ଼ୁଆରେ ମୋହନ ସରକାର, ଆଗରେ ୯ଟି ପ୍ରଶ୍ନ
ପୁଲିସ ଜରିଆରେ ତାଙ୍କ ପିତାଙ୍କୁ ହତ୍ୟା କରାଯାଇଛି ବୋଲି ଦୀପାଳି ଗତ ୩ ଦିନ ତଳେ କହିଲେ, କିନ୍ତୁ ସେତେବେଳେ କିଏ ସେ ତୃତୀୟ ମହଲାର ଆଇପିଏସ୍ ଅଫିସର ଯିଏ ପୁଲିସକୁ ନିୟନ୍ତ୍ରଣରେ ରଖିଥିଲେ ଓ ତାଙ୍କ ଭୂମିକା ଏହି ହତ୍ୟାକାଣ୍ଡରେ କ’ଣ ଥିଲା କାହିଁକି ତାହା ଯାଂଚ କ୍ରାଇମବ୍ରାଂଚ କଲାନି କି ବର୍ତ୍ତମାନର ବିଜେପି ସରକାର କରୁନାହାନ୍ତି?
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।