ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସୁଛି ଆଉ ଏକ ଲଘୁଚାପ। ଆସନ୍ତା ୧୦ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଆଣ୍ଡାମାନ ସାଗରରେ ୧୦ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାକ୍ରମେ ଘନୀଭୂତ ହୋଇ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଦିଗକୁ ଆସିପାରେ ବୋଲି ଟ୍ୱିଟ୍ କରି ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଗତ ୨୪ ଘଣ୍ଟା ଭିତରେ ଆଭ୍ୟନ୍ତରିଣ ଓଡ଼ିଶାରେ କେତେକ ସ୍ଥାନରେ ଘଡଘଡ଼ି ସହ ବର୍ଷା ହୋଇଛି। କାଶିନଗର, ପାଲଲହଡ଼ା ଓ ବେତନଟୀରେ ଅଧିକ ବର୍ଷା ହୋଇଛି। ଆଗାମୀ ୫ ଦିନ ଧରି ଓଡ଼ିଶାରେ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ୨୪ ଘଣ୍ଟା ଭିତରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼ ଓ କନ୍ଧମାଳ ଜିଲ୍ଲାରେ ବଜ୍ରପାତ ହେବାର ଆଶଙ୍କା କରାଯାଇଛି। ଏହିଛଡ଼ା ଅନ୍ୟ ଜିଲ୍ଲାରେ ମଧ୍ୟ ବଜ୍ରପାତ ହୋଇପାରେ।
https://twitter.com/mcbbsr/status/1445683554986323968?s=20
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।