୯ରୁ ପୁଣି ଏକ ଲଘୁଚାପ, ୧୧ରୁ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ରାଜ୍ୟର ବିଭିନ୍ନ ସ୍ଥାନରେ ଏବେ ଲଘୁଚାପଜନିତ ବର୍ଷା ଲାଗି ରହିଥିବା ବେଳେ ଆସନ୍ତା ୯ତାରିଖରୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଏହା ଉତ୍ତର ଆନ୍ଧ୍ର ପ୍ରଦେଶ ଓ ଓଡ଼ିଶା ଆଡ଼କୁ ମୁହାଁଇପାରେ । ପରବର୍ତ୍ତି ୨ରୁ ୩ ଦିନ ଭିତରେ ଏହା ଡିପ୍ରେସନରେ ପରିଣତ ହୋଇପାରେ । ଏହା ପ୍ରଭାବରେ ୧୧ରୁ ୧୩ ତାରିଖ ଯାଏ ରାଜ୍ୟରେ ବର୍ଷା ହେବା ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର […]

rain

rain

Niharika Rout
  • Published: Monday, 05 October 2020
  • Updated: 05 October 2020, 07:44 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ରାଜ୍ୟର ବିଭିନ୍ନ ସ୍ଥାନରେ ଏବେ ଲଘୁଚାପଜନିତ ବର୍ଷା ଲାଗି ରହିଥିବା ବେଳେ ଆସନ୍ତା ୯ତାରିଖରୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଏହା ଉତ୍ତର ଆନ୍ଧ୍ର ପ୍ରଦେଶ ଓ ଓଡ଼ିଶା ଆଡ଼କୁ ମୁହାଁଇପାରେ । ପରବର୍ତ୍ତି ୨ରୁ ୩ ଦିନ ଭିତରେ ଏହା ଡିପ୍ରେସନରେ ପରିଣତ ହୋଇପାରେ । ଏହା ପ୍ରଭାବରେ ୧୧ରୁ ୧୩ ତାରିଖ ଯାଏ ରାଜ୍ୟରେ ବର୍ଷା ହେବା ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

ସେହିପରି ଲଘୁଚାପ ପ୍ରଭାବରେ   ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେଉଛି । ତେବେ ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଥିବା ସୂଚନା ମିଳିଛି।

କଟକର କଣ୍ଟାପଡ଼ାରେ ୧୩ ସେଣ୍ଟିମିଟର ବର୍ଷା ହୋଇଥିବା ବେଳେ ପିପିଲିରେ ୧୨ ସେଣ୍ଟିମିଟର, ଗଞ୍ଜାମ ପୁରୁଷୋତ୍ତମପୁରରେ ୧୧ ସେଣ୍ଟିମିଟର ବର୍ଷା ରେକର୍ଡ ହୋଇଛି । ତେବେ ଆଜି ସକାଳ ୮ ଟା ଯାଏଁ ୧୬ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି  ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos