୧୩ରେ ଆଉ ଏକ ଲଘୁଚାପ! ୫ ଦିନ ଧରି ପ୍ରବଳ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମ-କେନ୍ଦ୍ରୀୟ ଆନ୍ଧ୍ର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସେପ୍ଟେମ୍ବର ୧୩ ସୁଦ୍ଧା ଏହା ଲଘୁଚାପର ରୂପାନ୍ତର ହେବ। ଏହାର ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ୫ ଦିନ ଯାଏଁ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ୨୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା- ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା , ଗଜପତି, ଗଞ୍ଜାମ, […]

rain

Tapas Behera
  • Published: Thursday, 10 September 2020
  • , Updated: 10 September 2020, 04:14 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମ-କେନ୍ଦ୍ରୀୟ ଆନ୍ଧ୍ର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସେପ୍ଟେମ୍ବର ୧୩ ସୁଦ୍ଧା ଏହା ଲଘୁଚାପର ରୂପାନ୍ତର ହେବ। ଏହାର ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ୫ ଦିନ ଯାଏଁ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ୨୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା- ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା , ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗିର, ସୁବର୍ଣ୍ଣପୁର, ସମ୍ବଲପୁର, ଅନୁଗୋଳ, ଦେବଗଡ, କେନ୍ଦୁଝର ଓ ମୟୂରଭଞ୍ଜ। ଏହି ଜିଲ୍ଲା ଗୁଡ଼ିକରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ୫ ଦିନ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।

Related story