କାଲି ଲଘୁଚାପ; ୯ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ଉତ୍ତର ବଙ୍ଗୋପ ସାଗରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ଢେଙ୍କାନାଳ, କଟକ, ନବରଙ୍ଗପୁର ଓ କୋରପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗର ଡ୍ୟୁଟି ଅଫିସର ଲକ୍ଷ୍ମୀକାନ୍ତ ଗିରି ଆଜି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, “ଉତ୍ତର-ପଶ୍ଚିମ ବଙ୍ଗୋପ ସାଗରରେ ଘୂର୍ଣ୍ଣି ବଳୟ ସକ୍ରିୟ ରହିଛି। ଏଥିସହିତ ରାଜସ୍ଥାନରୁ ଏକ […]

rain

rain

Tapaswini Nayak
  • Published: Wednesday, 28 August 2019
  • Updated: 28 August 2019, 11:25 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ଉତ୍ତର ବଙ୍ଗୋପ ସାଗରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ଢେଙ୍କାନାଳ, କଟକ, ନବରଙ୍ଗପୁର ଓ କୋରପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗର ଡ୍ୟୁଟି ଅଫିସର ଲକ୍ଷ୍ମୀକାନ୍ତ ଗିରି ଆଜି ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି, “ଉତ୍ତର-ପଶ୍ଚିମ ବଙ୍ଗୋପ ସାଗରରେ ଘୂର୍ଣ୍ଣି ବଳୟ ସକ୍ରିୟ ରହିଛି। ଏଥିସହିତ ରାଜସ୍ଥାନରୁ ଏକ ଟ୍ରଫ୍‌ ଲାଇନ୍‌ ବାଲେଶ୍ୱର ଦେଇ ଲମ୍ବିଛି। ଏହା ପ୍ରଭାବରେ ଆଜି ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ସ୍ୱଳ୍ପ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।”

ଶ୍ରୀ ଗିରି ଆହୁରି କହିଛନ୍ତି, “ଆସନ୍ତାକାଲି ଉତ୍ତର ବଙ୍ଗୋପସାଗରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିଯୋଗୁ ୩୦ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ୩୦ ଓ ୩୧ ତାରିଖରେ କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି କୋରାପୁଟ ଓ କନ୍ଧମାଳ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହିତ ୧ ତାରିଖରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।”

ସୂଚନାଯୋଗ୍ୟ, ପୂର୍ବରୁ ପାଣିପାଗ ବିଭାଗ ଆଜି ଅର୍ଥାତ୍ ବୁଧବାର ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଥିବା କହିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos