rain
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ୱେଲମାର୍କ ଲୋ ପ୍ରେସରରେ ପ୍ରଭାବରେ ବର୍ଷା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ । ଉତ୍ତର ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୧୧ ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍ କରି ଏହି ସୂଚନା ଦିଆଯାଇଛି।
ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ଲଘୁଚାପ ସକ୍ରିୟ ରହିଛି। ଆଗାମୀ ୨ରୁ ୩ ଦିନ ମଧ୍ୟରେ ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ସମୁଦ୍ର ଭିତରକୁ ନ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2021/07/rain-4.jpg)