ଦୁଇଦିନ ଧରି ପ୍ରବଳ ବର୍ଷିବ! ସତର୍କ କରାଇଲେ ପାଣିପାଗ ବିଜ୍ଞାନୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମବଙ୍ଗର ଗାଙ୍ଗେୟ କ୍ଷେତ୍ର ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ପଶ୍ଚିମବଙ୍ଗ ତତସଂଲଗ୍ନ ଉତ୍ତର ଓଡ଼ିଶାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହି ଲଘୁଚାପ କ୍ଷେତ୍ର ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳରେ ୫.୮ କିମି ଯାଏଁ ବ୍ୟାପିଛି। ଏହାର ପ୍ରଭାବରେ ରାଜ୍ୟରେ ଅନେକ ସ୍ଥାନରେ ବଜ୍ରପାତ ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। #Warning […]

Weather

Weather

Manoranjan Sial
  • Published: Monday, 18 October 2021
  • Updated: 18 October 2021, 05:07 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମବଙ୍ଗର ଗାଙ୍ଗେୟ କ୍ଷେତ୍ର ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ପଶ୍ଚିମବଙ୍ଗ ତତସଂଲଗ୍ନ ଉତ୍ତର ଓଡ଼ିଶାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହି ଲଘୁଚାପ କ୍ଷେତ୍ର ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳରେ ୫.୮ କିମି ଯାଏଁ ବ୍ୟାପିଛି। ଏହାର ପ୍ରଭାବରେ ରାଜ୍ୟରେ ଅନେକ ସ୍ଥାନରେ ବଜ୍ରପାତ ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

https://twitter.com/mcbbsr/status/1450041228452532224?s=20

ଆଜି ସୋମବାର ସକାଳ ସାଢ଼େ ୮ଟା ମଙ୍ଗଳବାର ସକାଳ ସାଢ଼େ ୮ଟା ଭିତରେ ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ଗୋଟଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଯେଉଁଥିପାଇଁ ତଳିଆ ଅଞ୍ଚଳରେ ପାଣି ଜମି ରହିବ। ବଢ଼ାବଳଙ୍ଗ ଓ ସୁବର୍ଣ୍ଣରେଖା ନଦୀର ଜଳସ୍ତର ବୃଦ୍ଧି ପାଇବ। ବଜ୍ରପାତ ନେଇ ଝାରସୁଗୁଡ଼ା, ଦେବଗଡ଼, ଅନୁଗୋଳ, ଢ଼େଙ୍କାନାଳ, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କଟକ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

https://twitter.com/mcbbsr/status/1450032721787441152?s=20

ମଙ୍ଗଳବାର ସକାଳ ସାଢ଼େ ୮ଟାରୁ ବୁଧବାର ସକାଳ ସାଢ଼େ ୮ଟା ଭିତରେ ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଜିଲ୍ଲା ପ୍ରବଳ ବର୍ଷା ହେବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ବଜ୍ରପାତ ନେଇ ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଢ଼େଙ୍କାନାଳ, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଅନୁଗୋଳ, ବୌଦ୍ଧ, କନ୍ଧମାଳ ଓ କଳାହାଣ୍ଡ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

https://twitter.com/mcbbsr/status/1450030424063832066?s=20

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos