ନୟାଗଡ଼(ଆର୍ତ୍ତତ୍ରାଣ ପ୍ରଧାନ): ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା ବହାଡ଼ାଝୋଲା ଢିପିସାହିରେ ଗ୍ୟାସ୍ ଟାଙ୍କି ବିସ୍ଫୋରଣ ଘଟଣାରେ ଆଜି ଆଉ ଜଣଙ୍କର ମୃତ୍ୟୁ ଘଟିଛି। ତାଙ୍କ ନାଁ ବିଜୟ ଘଟୁଆଳ। ସେ କଟକ ବଡ଼ ମେଡିକାଲରେ ଚିକିତ୍ସାଧୀନ ଥିଲେ। ଏହା ସହିତ ଏହି ଘଟଣାରେ ମୃତ୍ୟୁ ସଂଖ୍ୟା ଦୁଇରେ ପହଞ୍ଚିଛି। ଗତ ସପ୍ତାହରେ ତାଙ୍କ ସାନ ପୁଅଙ୍କର ମୃତ୍ୟୁ ହୋଇଥିଲା। ଅନ୍ୟପକ୍ଷରେ ତାଙ୍କ ମଝିଆ ପୁଅଙ୍କ ଅବସ୍ଥା ଗୁରୁତର ରହିଛି।
ସୂଚନାଯୋଗ୍ୟ, ମେ’ ୨୫ ତାରିଖରେ ବିଜୟ ଘଟୁଆଙ୍କ ଘରେ ଗ୍ୟାସ୍ ଟାଙ୍କି ଲିକ୍ ହୋଇଥିଲା। ତେଣୁ ଜଗନ୍ନାଥ ସେନାପତି ନାମକ ଜଣେ ଗ୍ୟାସ୍ ମିସ୍ତ୍ରୀ ଟାଙ୍କି ସଜାଡ଼ିବାକୁ ଆସିଥିଲେ। ଟାଙ୍କି ସଜାଡ଼ିବା ପରେ ଜଗନ୍ନାଥ ଦିଆସିଲି ଲଗାଇ ଚେକ୍ କରୁଥିବା ବେଳେ ହଠାତ୍ ନିଆଁ ଲାଗିଯାଇଥିଲା। ଏହାପରେ ଚାରିଆଡ଼େ ନିଆଁ ବ୍ୟାପୀ ଯାଇଥିଲା। ସେତେବେଳେ ସେଠାରେ ଉପସ୍ଥିତ ବିଜୟ, ତାଙ୍କର ଦୁଇ ପୁଅ ଜିତେନ୍ଦ୍ର ଓ ବୁଲୁ ସହିତ ଗ୍ୟାସ୍ ମିସ୍ତ୍ରୀ ଜଗନ୍ନାଥ ପୋଡ଼ି ହୋଇ ଯାଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।
Miscellaneous
ପାଟପୁର ଥାନା ଦେଶର ଶ୍ରେଷ୍ଠ ଥାନା, ପୁରସ୍କୃତ କରିବେ ଗୃହମନ୍ତ୍ରୀ
ଦେଶର ତିନୋଟି ଶ୍ରେଷ୍ଠ ଥାନା ଭିତରେ ମନୋନୀତ ହୋଇଛି ଗଞ୍ଜାମ ଜିଲ୍ଲାର ପାଟପୁର ଥାନା। ପୁଲିସ ମହାନିର୍ଦ୍ଦେଶକ ସମ୍ମିଳନୀରେ ଯୋଗ ଦେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ପାଟପୁର ଥାନାଧିକାରୀଙ୍କୁ ଦେବେ ଟ୍ରଫି।