Advertisment

ରାଜ୍ୟରେ ପୁଣି ଚିହ୍ନଟ ହେଲେ ଓମିକ୍ରନ ଆକ୍ରାନ୍ତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ଜଣେ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଲାଇଫ୍‌ ସାଇନ୍‌ସେସ୍‌ (ଆଇଏଲ୍‌ଏସ୍‌) ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୯କୁ ବୃଦ୍ଧି ପାଇଛି। ଏହି ନୂଆ ଓମିକ୍ରନ୍ ଆକ୍ରାନ୍ତ ଜଣଙ୍କ ନିକଟରେ ୟୁଏଇରୁ ଫେରିଥିଲେ। ତାଙ୍କ ସଂପର୍କରେ ଆଇଏଲ୍‌ଏସ୍‌ ପକ୍ଷରୁ ସ୍ୱାସ୍ଥ୍ୟ ବିଭାଗକୁ ଅବଗତ କରାଯାଇଛି। ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି, ୟୁଏଇରୁ ଫେରିଥିବା ବ୍ୟକ୍ତି ଜଣଙ୍କ କରୋନା ପଜିଟିଭ […]

ଅଦ୍ୟତନ ହୋଇଛି
ରାଜ୍ୟରେ ପୁଣି ଚିହ୍ନଟ ହେଲେ ଓମିକ୍ରନ ଆକ୍ରାନ୍ତ

Omicron

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ଜଣେ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଲାଇଫ୍‌ ସାଇନ୍‌ସେସ୍‌ (ଆଇଏଲ୍‌ଏସ୍‌) ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୯କୁ ବୃଦ୍ଧି ପାଇଛି।

Advertisment

ଏହି ନୂଆ ଓମିକ୍ରନ୍ ଆକ୍ରାନ୍ତ ଜଣଙ୍କ ନିକଟରେ ୟୁଏଇରୁ ଫେରିଥିଲେ। ତାଙ୍କ ସଂପର୍କରେ ଆଇଏଲ୍‌ଏସ୍‌ ପକ୍ଷରୁ ସ୍ୱାସ୍ଥ୍ୟ ବିଭାଗକୁ ଅବଗତ କରାଯାଇଛି।

ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି, ୟୁଏଇରୁ ଫେରିଥିବା ବ୍ୟକ୍ତି ଜଣଙ୍କ କରୋନା ପଜିଟିଭ ହେବା ପରେ ତାଙ୍କ ଜିନମ ସିକ୍ୱେନସିଂ କରାଯାଇଥିଲା। ଏଥିରେ ସେ ଓମିକ୍ରନ୍‌ରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ସେ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ଅଛି। ତାଙ୍କଠାରେ ସ୍ୱଳ୍ପ ଲକ୍ଷଣ ରହିଛି। ତାଙ୍କ ସଂସ୍ପର୍ଶରେ ଆସିଥିବା ତାଙ୍କ ବାପା ଓ ମା’ଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ନଜର ରଖାଯାଇଛି।  ସେମାନଙ୍କ ପ୍ରାଥମିକ ରିପୋର୍ଟ ନେଗେଟିଭ୍ ଆସିଛି।

Advertisment

ଏହା ପୂର୍ବରୁ ଯେଉଁ ୮ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ, ସେମାନେ ସମସ୍ତେ ମଧ୍ୟ ବିଦେଶରୁ ଫେରିଥିଲେ। ସେମାନଙ୍କ ମଧ୍ୟରେ ଦୁଇ ଜଣ ନାବାଳିକା ଭଉଣୀ ଥିଲେ। ସେମାନେ ନାଇଜେରିଆରୁ ସେମାନଙ୍କ ବାପାମା’ଙ୍କ ସହିତ ଫେରିଥିଲେ।

ଅନ୍ୟପକ୍ଷରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୨୨୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୯୨ଟି ଲୋକାଲ୍ କେସ୍‌। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୪ ଜଣ ୧୮ ବର୍ଷରୁ କମ୍ ବର୍ଗର। ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ଦେଶରେ ଓମିକ୍ରନ ଆକ୍ରାନ୍ତ ସଂଖ୍ୟା ୭୮୧କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ଦିଲ୍ଲୀରେ ସର୍ବାଧିକ ୨୩୮ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ମହାରାଷ୍ଟ୍ରରେ ୧୬୭, ଗୁଜରାଟରେ ୭୩, କେରଳରେ ୬୫ ଓ ତେଲେଙ୍ଗାନାରେ ୬୨ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Omicron Virus
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe