ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ତାଳଚେରଠାରେ ଥିବା ଟିଟିପିଏସରୁ ଆଜି ସକାଳୁ ଉତ୍ପାଦନ ଠପ୍ ହୋଇପଡ଼ିଛି। ଏହି ପ୍ଲାଣ୍ଟ ବନ୍ଦ ହେବା ପ୍ରସଙ୍ଗ ଆଜି ବିଧାନସଭାରେ ଉଠିଥିବାବେଳେ ଟିଟିପିଏସର ଆଉ ଏକ ନୂଆ ୟୁନିଟ୍ ସ୍ଥାପନ ପାଇଁ ନୀତିଗତ ନିଷ୍ପତ୍ତି ନିଆଯାଇଛି।
ଏ ସମ୍ପର୍କରେ ମୁଖ୍ୟ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି ଯେ, ତାଳଚେରର ଟିଟିପିଏସର ନୂଆ ୟୁନିଟ୍ ପ୍ରତିଷ୍ଠା ବିଷୟରେ ନୀତିଗତ ନିଷ୍ପତ୍ତି ହୋଇଛି। ଖୁବଶୀଘ୍ର ଗ୍ରୀଡ଼ଡୋ, ଏନଟିପିସି, ଶକ୍ତି ଓ ଅନ୍ୟାନ୍ୟ ସମ୍ପୃକ୍ତ ବିଭାଗ ସହ ଏନେଇ ବୈଠକ ଅନୁଷ୍ଠିତ ହେବ।
ନୂଆ ୟୁନିଟ୍ ପ୍ରତିଷ୍ଠା ଓ ସ୍ଥାନୀୟ ବାସିନ୍ଦାମାନଙ୍କର ଅଭିଯୋଗର ଆଶୁ ସମାଧାନ ନିମନ୍ତେ ନିର୍ଦ୍ଦିଷ୍ଟ କାର୍ଯ୍ୟଯୋଜନା ପ୍ରସ୍ତୁତ କରାଯିବ। ଏଥିପାଇଁ ରାଜ୍ୟ ସରକାର ସମସ୍ତ ପ୍ରକାରର ସହଯୋଗ ଯୋଗାଇଦେବେ। ଜାତୀୟ ତାପଜ ବିଦ୍ୟୁତ ନିଗମ ଲିଃର ଅଧ୍ୟକ୍ଷ ଗୁରୁଦୀପ ସିଂଙ୍କ ସହ ମୁଖ୍ୟ ସଚିବ ଶ୍ରୀ ମହାପାତ୍ର ଟିଟିପିଏସରେ ନୂଆ ୟୁନିଟ୍ ପ୍ରତିଷ୍ଠା, ସ୍ଥାନୀୟ ଲୋକଙ୍କ ବିଭିନ୍ନ ଅଭିଯୋଗ ଓ ଅସୁବିଧା ଆଦି ପ୍ରସଙ୍ଗରେ ଆଲୋଚନା କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।