ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଲିଉଡ୍ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀଙ୍କ ପକ୍ଷରୁ ହୋଇଥିବା ପାରିବାରିକ ହିଂସା ମାମଲାକୁ ନେଇ କୋର୍ଟରେ ହାଜର ହେଲେ ସ୍ୱାମୀ ଅନୁଭବ ମହାନ୍ତି। କଟକ ଏସଡିଜେଏମ କୋର୍ଟରେ ହାଜର ହୋଇ ଅନୁଭବ ଜବାବ ଦାଖଲ ପାଇଁ ସମୟ ନେଇଛନ୍ତି। ତେବେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ଡିସେମ୍ବର ୧୮ରେ ହେବ। ବାହାଘର ପରେ ତାଙ୍କ ସହ ଅତ୍ୟାଚାର ଓ ନିର୍ଯାତନା ହୋଇଥିବା ଅଭିଯୋଗ ଆଣି କୋର୍ଟ ଯାଇଥିଲେ ବର୍ଷା । ମଦ୍ୟପାନ କରିବା, ବିରୋଧ କଲେ ବାଡ଼େଇବା ଏମିତିକି ଗୋଇଠା ମାରନ୍ତି ବୋଲି ବର୍ଷା ଅଭିଯୋଗ ଆଣିଛନ୍ତି। ସେପଟେ ଅନୁଭବ ମଧ୍ୟ ଛାଡ଼ପତ୍ର ନେଇ କୋର୍ଟ ଯାଇଛନ୍ତି ଅନୁଭବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।