ଭୁବନେଶ୍ୱର:(ଓଡ଼ିଶା ରିପୋର୍ଟର): ଉପ ନିର୍ବାଚନ ପାଇଁ ଆରମ୍ଭ ହୋଇଛି ଅଙ୍କକଷା। ତିର୍ତ୍ତୋଲ ଓ ବାଲେଶ୍ୱର ସଦର ଆସନରେ ଉପ ନିର୍ବାଚନ ହେବାକୁ ଥିବା ବେଳେ ଏବେ ଏହାକୁ ନେଇ ଆରମ୍ଭ ହୋଇଛି ରଣନୀତି ।
ତିର୍ତ୍ତୋଲ ସିଟ୍ ପାଇଁ ବିଜେପି ପକ୍ଷରୁ ନିର୍ବାଚନ ଦାୟିତ୍ୱରେ ଥିବା ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଦଳର ବିଜୟ ନେଇ ଦୃଢୋକ୍ତି ବାଢ଼ିଛନ୍ତି। ଦିଲ୍ଲୀରେ ରହି ସେ ତିର୍ତ୍ତୋଲ ନିର୍ବାଚନ ନେଇ ନେତା ଓ କର୍ମୀଙ୍କ ସହ ଆଲୋଚନା କରିଛନ୍ତି। ନିର୍ବାଚନ ନେଇ ଯେଉଁ ରଣନୀତି ପ୍ରସ୍ତୁତ ହେଉଛି । ଦଳର ବିଜୟ ସୁନିଶ୍ଚିତ ବୋଲି ଅପରାଜିତା କହିଛନ୍ତି। ସେହିପରି ବିରୋଧୀ କଂଗ୍ରେସରେ ନୂତନ ପ୍ରଭାରୀ ଦାୟିତ୍ୱ ନେବା ପରେ ଆକ୍ଟିଭ୍ ମୁଡକୁ ଆସିଛି ଦଳ।
ଆଜି କଂଗ୍ରେସ ଭବନରେ ଦଳୀୟ ନେତାଙ୍କ ସହ ଆଲୋଚନା କରିବା ପରେ ପ୍ରତିକ୍ରିୟା ରଖିଛନ୍ତି ଏ.ଚେଲ୍ଲା କୁମାର। ଉପନିର୍ବାଚନ ପାଇଁ ଖୁବ୍ ଶୀଘ୍ର ପ୍ରାର୍ଥୀ ନାଁ ଘୋଷଣା କରାଯିବ ବୋଲି ସେ କହିଛନ୍ତି। ଦକ୍ଷ ଓ ଉତ୍ସର୍ଗୀକୃତ ନେତାଙ୍କୁ ପ୍ରାର୍ଥୀ କରାଯିବ ବୋଲି ସେ କହିଛନ୍ତି। ସୂଚନାଥାଉ କି, ନଭେମ୍ବର ୩ ତାରିଖରେ ଏହି ଦୁଇ ସିଟ୍ରେ ଭୋଟ୍ ଗ୍ରହଣ ହେବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।