ଯୁକ୍ତ ଦୁଇ ଅସନ୍ତୁଷ୍ଟଙ୍କ ପାଇଁ ଅଫ୍‌ଲାଇନ୍‌ ପରୀକ୍ଷା, ୩ରୁ ଅନ୍‌ଲାଇନ୍‌ରେ ଆବେଦନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଯୁକ୍ତ ଦୁଇରେ ଅସନ୍ତୁଷ୍ଟଙ୍କ ଲାଗି ଅଫ୍‌ଲାଇନ୍‌ ପରୀକ୍ଷା ସୁଯୋଗ। ସେପ୍ଟେମ୍ବର ୩ ତାରିଖରୁ ଅସନ୍ତୁଷ୍ଟ ପରୀକ୍ଷାର୍ଥୀମାନେ ପରୀକ୍ଷା ଦେବା ପାଇଁ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ। ଆବେଦନ ଲାଗି ୫ ଦିନ ସମୟ ମିଳିବ। ପରୀକ୍ଷାର୍ଥୀଙ୍କ ସଂଖ୍ୟାକୁ ଦେଖି ପରୀକ୍ଷା ସୂଚୀ ଓ କେନ୍ଦ୍ର ଘୋଷଣା ହେବ। ଯେଉଁମାନେ ଅଫ୍‌ଲାଇନ୍‌ ପରୀକ୍ଷା ଦେବେ, ସେମାନଙ୍କୁ ବିକଳ୍ପ ମୂଲ୍ୟାୟନରେ ମିଳିଥିବା ମାର୍କ କାଏମ ରହିବନି। ଅଫ୍‌ଲାଇନ୍‌ ପରୀକ୍ଷା ମାର୍କ ହିଁ ଚୂଡ଼ାନ୍ତ ହେବ। ଆଜି ବସିଥିବା ଉଚ୍ଚ […]

school-student

Manoranjan Sial
  • Published: Wednesday, 01 September 2021
  • , Updated: 01 September 2021, 09:52 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଯୁକ୍ତ ଦୁଇରେ ଅସନ୍ତୁଷ୍ଟଙ୍କ ଲାଗି ଅଫ୍‌ଲାଇନ୍‌ ପରୀକ୍ଷା ସୁଯୋଗ। ସେପ୍ଟେମ୍ବର ୩ ତାରିଖରୁ ଅସନ୍ତୁଷ୍ଟ ପରୀକ୍ଷାର୍ଥୀମାନେ ପରୀକ୍ଷା ଦେବା ପାଇଁ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ। ଆବେଦନ ଲାଗି ୫ ଦିନ ସମୟ ମିଳିବ। ପରୀକ୍ଷାର୍ଥୀଙ୍କ ସଂଖ୍ୟାକୁ ଦେଖି ପରୀକ୍ଷା ସୂଚୀ ଓ କେନ୍ଦ୍ର ଘୋଷଣା ହେବ। ଯେଉଁମାନେ ଅଫ୍‌ଲାଇନ୍‌ ପରୀକ୍ଷା ଦେବେ, ସେମାନଙ୍କୁ ବିକଳ୍ପ ମୂଲ୍ୟାୟନରେ ମିଳିଥିବା ମାର୍କ କାଏମ ରହିବନି। ଅଫ୍‌ଲାଇନ୍‌ ପରୀକ୍ଷା ମାର୍କ ହିଁ ଚୂଡ଼ାନ୍ତ ହେବ। ଆଜି ବସିଥିବା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ପରୀକ୍ଷା କମିଟି ବୈଠକରେ ଏ ନେଇ ନିଷ୍ପତ୍ତି ନିଆଯାଇଛି।

ଜୁଲାଇ ୩୧ ତାରିଖରେ ପ୍ରକାଶ ପାଇଥିଲା ଯୁକ୍ତ ଦୁଇ ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷାଫଳ। ଚଳିତବର୍ଷ ବିଜ୍ଞାନରେ ବିଜ୍ଞାନରେ ୮୯ ହଜାର ୯୫୧ ପିଲା ପାସ୍ କରିଛନ୍ତି। ସେଥିରୁ  ୫୫୪୬୮ ପିଲା ପ୍ରଥମ ଶ୍ରେଣୀରେ ପାସ୍ କରିଥିବା ବେଳେ ଦ୍ୱିତୀୟ ଶ୍ରେଣୀରେ ୧୬୯୪୩ ଓ ତୃତୀୟ ଶ୍ରେଣୀରେ ୧୪୬୩୧ ଉତ୍ତୀର୍ଣ୍ଣ ହୋଇଛନ୍ତି। ବିଜ୍ଞାନରେ ରେଗୁଲାର ପାସ୍ ହାର ୯୯.୮୮% ରହିଛି। ସେହିପରି ବାଣିଜ୍ୟରେ ୯୪.୯୬ ପ୍ରତିଶତ ପାସ୍ କରିଛନ୍ତି। ବାଣିଜ୍ୟରେ ରେଗୁଲାର ପାସ୍ ହାର ୯୯.୯୫%। ବାଣିଜ୍ୟରେ ପ୍ରଥମ ଶ୍ରେଣୀରେ ପାସ୍ ୮ ହଜାର ୩୫୫ ପାସ୍‌ କରିଥିବା ବେଳେ ଦ୍ୱିତୀୟ ଶ୍ରେଣୀରେ ପାସ୍ ୫ ହଜାର ୬୯୨ ଓ ତୃତୀୟ ଶ୍ରେଣୀରେ ପାସ୍ ୯୦୬୬ ଜଣ ପିଲା।

ପରୀକ୍ଷା ନଦେଇ ପିଲାମାନଙ୍କ ରେଜଲ୍‌ଟ ପ୍ରକାଶ ପାଇଥିଲା। ଏହାକୁ ନେଇ କେତେକ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ତେବେ ଛାତ୍ରଛାତ୍ରୀଙ୍କ ମନରେ ଥିବା ଅସନ୍ତୋଷ ଦୂର କରିବା ପାଇଁ ଅଫ୍‌ଲାଇନ୍‌ ପରୀକ୍ଷା କରିବାକୁ ନିଷ୍ପତ୍ତି ନେଇଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ। ସେପ୍ଟେମ୍ବର ୩ ତାରିଖରୁ ଅସନ୍ତୁଷ୍ଟ ପରୀକ୍ଷାର୍ଥୀମାନେ ପରୀକ୍ଷା ଦେବା ପାଇଁ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ ବୋଲି ନିଷ୍ପତ୍ତି ହୋଇଛି।

 

 

Related story