ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୨୧ ତାରିଖରୁ +୨ ଆଡମିଶନ ପାଇଁ ଆବେଦନ କରିହେବ । ଏଥିନିମନ୍ତେ ଅଗଷ୍ଟ ୨୧ରୁ ସେପ୍ଟେମ୍ବର ୪ ତାରିଖ ପର୍ଯ୍ୟନ୍ତ ସମୟ ଧାର୍ଯ୍ୟ କରାଯାଇଛି। ଏନେଇ ସ୍କୁଲ ଓ ଗଣ ଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କ ସୂଚନା ଦେଇଛନ୍ତି।
ଚଳିତ ବର୍ଷ କରୋନା ମହାମାରୀ ପାଇଁ ମୁଖ୍ୟମନ୍ତ୍ରୀ ଆବେଦନ ଫି କମାଇଥିବା କହିଲେ ମନ୍ତ୍ରୀ। ଛାତ୍ରଛାତ୍ରୀ ସାମ୍ସ ସେଣ୍ଟର ଜରିଆରେ ଅନଲାଇନରେ ଆବେଦନ କରିପାରିବେ। ଚଳିତ ବର୍ଷ ସାଧାରଣ ବର୍ଗ ପିଲାଙ୍କ ପାଇଁ ଆବେଦନ ଫି ୨ଶହ ଟଙ୍କା ରହିଛି। ଏଥିସହ SC/ST ପିଲାଙ୍କ ପାଇଁ ଆବେଦନ ଫି ୧୦୦ ଟଙ୍କା ରଖାଯାଇଛି। ସେପ୍ଟେମ୍ବର ୯ରେ ମେରିଟ ଲିଷ୍ଟ ପ୍ରକାଶ ପାଇବ ବୋଲି କହିଛନ୍ତି ମନ୍ତ୍ରୀ।
ସୂଚନାଯୋଗ୍ୟ, ଆଜି ଯୁକ୍ତ ଦୁଇ ବିଜ୍ଞାନ ରେଜଲ୍ଟ ବାହାରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି
ରାଉରକେଲା ଟିମ୍ବର କୋଲୋନୀର ଲକ୍ଷ୍ମୀ ତନ୍ତି ଓ ତାଙ୍କ ସ୍ଵାମୀ ସଂଗ୍ରାମ ସାହୁ ପାଠଶାଠ କମ୍ ପଢ଼ିଛନ୍ତି। ତଥାପି ସରକାରୀ ଚାକିରି ବାଣ୍ଟୁଥିଲେ। ମାସର ଥରେ ବେକରେ ଆଇକାର୍ଡ ପକାଇ ରାଉରକେଲା କୋର୍ଟକୁ ଯାଉଥିଲେ।
Politics
କାଉଣ୍ଟର କଲା ବିଜେପି; ନବ ଦାସଙ୍କ ହତ୍ୟା ବେଳେ କାହିଁକି ଚୁପ୍ ଥିଲେ ଦୀପାଳି-ଆକାଶ?
ଦୀପାଳି କହିଛନ୍ତି, ଅନାସ୍ଥା ଯେତେବେଳେ ଆସିଲା ସେତେବେଳ ପ୍ରଶାସନ ଟାଳଟୁଳ ନୀତି ଅବଲମ୍ବନ କଲା। ଆମେ ହାଇକୋର୍ଟରୁ ନିର୍ଦ୍ଦେଶ ଆଣିଲୁ। ଅନାସ୍ଥା ପାଇଁ ତାରିଖ ଦିଆଗଲା ୧୦ ଜାନୁଆରୀ।
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।