ରାଇରଙ୍ଗପୁର: ମୟୂରଭଞ୍ଜ ଜିଲ୍ଲା ଗୋରୁମହିଷାଣୀ ଥାନା କୁକୁଡ଼ିମୁଣ୍ଡି ଗାଁରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପୂର୍ବ ବିବାଦରୁ ଜଣେ ଯୁବକଙ୍କ ତୀରମାଡ଼ରେ ଅନ୍ୟ ଜଣଙ୍କ ଜୀବନ ଯାଇଛି। ମୃତକ ହେଲେ ସମରା ହେହୁରୀ। ତୀର ମାଡ଼ କରିଥିବା ଅଭିଯୁକ୍ତ ଛୋଟରାୟ ଦେହୁରୀ ଫେରାର ହୋଇଯାଇଥିବା ଜଣାଯାଇଛି।
ମିଳିଥିବା ସୂଚନା ଅନୁଯାୟୀ, ସମରା ଓ ଛୋଟରାୟଙ୍କ ମଧ୍ୟରେ ପୂର୍ବରୁ ବିବାଦ ଲାଗି ରହିଥିଲା। ଗତକାଲି ସନ୍ଧ୍ୟା ସମୟରେ ସମରା ଘର ବାହାରେ ଛିଡ଼ା ହୋଇ ନିଜ ପତ୍ନୀଙ୍କ ସହ କଥା ହେଉଥିଲେ। ଏହି ସମୟରେ ଛୋଟରାୟ କିଛି ଦୂରରୁ ତାଙ୍କୁ ତୀରମାଡ଼ କରି ଫେରାର ହୋଇଯାଇଥିଲେ। ଗୁରୁତର ଅବସ୍ଥାରେ ସମାରାଙ୍କୁ ରାଇରଙ୍ଗପୁର ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ସେଠାରେ ତାଙ୍କ ମୃତ୍ୟୁ ହୋଇଥିଲା।
ଘଟଣାସ୍ଥଳରେ ପୁଲିସ୍ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ଆଜି ସାଇଣ୍ଟିଫିକ୍ ଟିମ୍ ପହଞ୍ଚିବ ବୋଲି ଜଣାଯାଇଛି। ଫେରାର ଛୋଟରାୟଙ୍କୁ ଧରିବାକୁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି ପୁଲିସ୍।
କୋଭିଡ୍ ଆତଙ୍କକୁ ବେଖାତିର୍ କରି ୮୭ ବର୍ଷରେ ଚାଲିଛି ରୋଗୀ ସେବା, ପଢନ୍ତୁ ଦୁଃସାହସୀ ଡାକ୍ତରଙ୍କ କାହାଣୀ
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଦାଦନ ସର୍ଦ୍ଦାରର ଦବଙ୍ଗଗିରି; ଶ୍ରମିକଙ୍କୁ କିଡ୍ନାପ କରି ନେଇ ନିର୍ଧୂମ ଛେଚିଲେ
ଦାଦନ ଯିବା ପାଇଁ ୪୦ ହଜାର ଟଙ୍କା ବଇନା ଆଣିଥିଲେ ଅଜିତ। ସେହି ଟଙ୍କା ଲେଣଦେଣକୁ ନେଇ ଅଜିତଙ୍କୁ ସର୍ଦ୍ଦାର ଆକ୍ରମଣ କରିଥିବା ଅଭିଯୋଗ କରିଛନ୍ତି ତାଙ୍କ ସ୍ତ୍ରୀ।
Politics
ଶ୍ରୀଜିଉଙ୍କୁ ଦର୍ଶନ କଲେ ରଘୁବର ଦାସ, କହିଲେ - ଦଳ ଯେଉଁ ଦାୟିତ୍ୱ ଦେବ ନିର୍ବାହ କରିବି
ଗତକାଲି ହଠାତ୍ ରାଜ୍ୟପାଳ ପଦରୁ ଇସ୍ତଫା ଦେଇଥିବା ରଘୁବର ଦାସ ଆଜି ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି । ଓଡ଼ିଶାବାସୀଙ୍କ ସେବା କରିବାର ସୁଯୋଗ ପାଇଥିବାରୁ ସେ ନିଜକୁ ଭାଗ୍ୟବାନ ମନେ କରିଛନ୍ତି ।
Weather
ଆହୁରି ୨୪ ଘଣ୍ଟା ବର୍ଷିବ
ଆଜି ସକାଳେ ଟ୍ୱିନ୍ ସିଟି ସମେତ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି।
Miscellaneous
ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ କୁଳପତିଙ୍କ ପରଲୋକ
କଳାହାଣ୍ଡି ଜିଲ୍ଲାର ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ କୁଳପତି ସଞ୍ଜୟ ଶତପଥୀଙ୍କ ପରଲୋକ ହୋଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କ ଦେହାନ୍ତ ହୋଇଛି ।
Miscellaneous
ଭରତପୁର ଥାନା ପ୍ରସଙ୍ଗ: ମାର୍ଚ୍ଚ ୩୧ ସୁଦ୍ଧା ସମସ୍ତ ଥାନା ଓ ଫାଣ୍ଡିରେ ସିସିଟିଭି ଲଗାଇବା କାମ ସାରିବାକୁ ନିର୍ଦ୍ଦେଶ
ଭରତପୁର ଥାନାରେ ଆର୍ମି ମେଜର ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ନେଇ ଦାୟର ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇ ଏପରି ରାୟ ପ୍ରକାଶ କରିଛନ୍ତି ହାଇକୋର୍ଟ। ସେଣ୍ଟ୍ରାଲ ମନିଟରିଂ ସିଷ୍ଟମରେ ସମସ୍ତ ସିସିଟିଭିକୁ ନିୟନ୍ତ୍ରଣ କରିବା ପ୍ରକ୍ରିୟା ମଧ୍ୟ ସେହି ତାରିଖ ସୁଦ୍ଧା ଶେଷ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ରହିଛି।