ଭୁବନେଶ୍ୱର: ସମନ୍ୱିତ ଉନ୍ନୟନ ଯୋଜନା ବା ସିଡିପିରେ ଭୁବନେଶ୍ୱରରେ ଆର୍ଥିକ ଅନଗ୍ରସର ଲୋକଙ୍କ ପାଇଁ ୫୬୦୦ଟି ଘର ନିର୍ମାଣ କରାଯିବ। ମୁଖ୍ୟ ଶାସନ ସଚିବ ଗୋକୁଳ ଚନ୍ଦ୍ର ପତିଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ଉଚ୍ଚକ୍ଷମତା ସଂପନ୍ନ କମିଟି ବୈଠକ ଏ ସମ୍ପର୍କିତ ପ୍ରସ୍ତାବ ପାଇଛି ଅନୁମୋଦନ। ସେହିପରି ଭୁବନେଶ୍ୱରର ସରକାରୀ ଜମିକୁ ନେଇ ଏକ ଲ୍ୟାଣ୍ଡ ବ୍ୟାଙ୍କ ମଧ୍ୟ ଗଠନ ହେବ। ୩ ହଜାରରୁ ୪ ହଜାର ଏକର ଜମିକୁ ନେଇ ଗଠନ କରାଯିବ ଏହି ଲ୍ୟାଣ୍ଡ ବ୍ୟାଙ୍କ। ବ୍ୟବସାୟିକ, ସ୍ୱାସ୍ଥ୍ୟ ଓ ଶିକ୍ଷାନୁଷ୍ଠାନ ପାଇଁ ଭବିଷ୍ୟତରେ ଏଠାରୁ ଜମି ଦିଆଯିବ। ସେହିପରି ଜମି ଆବଣ୍ଟନ ନେଇ ବିଡିଏ ପ୍ରସ୍ତୁତ କରିଥିବା ନିୟମାବଳୀ ମଧ୍ୟ ସେପେମ୍ୱର ସୁଦ୍ଧା ସରକାରଙ୍କ ଅନୁମୋଦନ ପାଇବ ବୋଲି ବୈଠକ ପରେ ବିଡିଏ ଉପାଧ୍ୟକ୍ଷ କହିଛନ୍ତି। ତେବେ ଏଣିକି କେବଳ ବିଡିଏର ପ୍ଲଟ ଗୁଡିକ ଇ- ନିଲାମ କରାଯିବ ବୋଲି ସେ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଭିନ୍ନକ୍ଷମଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ: ଜିଲ୍ଲାପାଳଙ୍କୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ ଅନୁମତି
ଏବେ ପ୍ରଚଳିତ ନିୟମ ଅନୁସାରେ, ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ ନିମନ୍ତେ ଜିଲ୍ଲାଗୁଡ଼ିକୁ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅନୁମୋଦନ ନେବାକୁ ପଡ଼ିଥାଏ ।
Education
OSSTET-୨୦୨୪ ପାଇଁ ବିଏସ୍ଇ ୱେବସାଇଟ୍ରେ ଉପଲବ୍ଧ ହେଲା ଆଡ୍ମିଟ୍ କାର୍ଡ
ମୋଟ ୫୦,୫୮୭ ଜଣ ଏହି ପରୀକ୍ଷା ଦେବେ। ସେମାନଙ୍କ ମଧ୍ୟରୁ ୪୭,୨୦୬ ଜଣ ପ୍ରଥମ ପେପର ଓ ୩୩୮୧ ଜଣ ଦ୍ୱିତୀୟ ପେପର ପରୀକ୍ଷା ଦେବେ।
Miscellaneous
ସଶକ୍ତ ହେବେ ଗ୍ରାମୀଣ କାରିଗର: ୟଙ୍ଗ ଇଣ୍ଡିଆନସ୍ ଭୁବନେଶ୍ୱର
ପ୍ରତ୍ୟେକ ପ୍ରତିଭାବାନ ବ୍ୟକ୍ତିବିଶେଷଙ୍କୁ ସେମାନଙ୍କର ଦକ୍ଷତା ପ୍ରଦର୍ଶନ ଏବଂ ଜୀବିକା ନିର୍ବାହ ପାଇଁ ଏହି ସୁଯୋଗ ଏକ ପ୍ଲାଟଫର୍ମ ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଛି।
Crime
୩ ପ୍ରେମିକ ଭଲ ପାଉଥିଲେ; ବାହା ହେବା ପାଇଁ ମନା କରିବାରୁ ମାରି ଝୁଲାଇ ଦେଲେ!
ଜେମାଙ୍କଠାରୁ ପ୍ରତ୍ୟାଖିତ ହେବା ପରେ ଏକ ତରଫା ପ୍ରେମିକମାନେ ଚିନ୍ତାରେ ପଡ଼ିଯାଇଥିଲେ। ପ୍ରତିଶୋଧ ପରାୟଣା ହୋପଡ଼ିଥିଲେ। ଜେମାଙ୍କୁ ରାସ୍ତାରୁ ହଟାଇବା ପାଇଁ ଯୋଜନା କରିଥିଲେ। ଆଜି ଅପରାହ୍ନରେ ଜେମାଙ୍କୁ ହତ୍ୟା କରି ଗାଁ ମୁଣ୍ଡ ଗଛରେ ଥିବା ଏକ ଗଛରେ ଝୁଲାଇ ଦେଲେ।