ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ଯାତ୍ରାକଳାକାରଙ୍କ ପରେ ଏବେ ରାସ୍ତାକୁ ଓହ୍ଲାଇଲେ ନାଟ୍ୟକଳାକାର। କରୋନା ଯୋଗୁ ସେମାନଙ୍କ ଦାନାପାଣି ବନ୍ଦ ହୋଇ ଯାଇ ଥିବା ବେଳେ ପ୍ରେକ୍ଷାଳୟ ଖୋଲିବା ପାଇଁ ଦାବି ହୋଇଛି। ଏନେଇ ରାଜ୍ୟର ୧୪୭ଟି ନାଟ୍ୟଦଳର କର୍ମକର୍ତ୍ତା ଆଜି ରାଜଧାନୀର ରବୀନ୍ଦ୍ରମଣ୍ଡପ ସମ୍ମୁଖରେ ନୀରବ ଆନ୍ଦୋଳନ କରିଥିଲେ।
କରୋନା ସ୍ଥିତି ଧୀରେ ଧୀରେ ସୁଧୁରୁଥିବା ବେଳେ ରାଜ୍ୟ ସରକାର କାହିଁକି କଳା ଏବଂ କଳାକାରଙ୍କ ପ୍ରତି ଆଖିବୁଜି ଦେଇଛନ୍ତି ସେନେଇ ପ୍ରଶ୍ନ ଉଠାଇଛି ଓଡ଼ିଶା ନାଟ୍ୟ ସଂଘ । ଏ ସମ୍ପର୍କରେ ପୂର୍ବରୁ ବହୁବାର ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି। ହେଲେ କୌଣସି ସୁଫଳ ନମିଳିବାରୁ ବାଧ୍ୟ ହୋଇ ସଂଘ ଆନ୍ଦୋଳନକୁ ଓହ୍ଲାଇଛି । ତୁରନ୍ତ ରାଜ୍ୟ ସରକାର ସମସ୍ତ ମଞ୍ଚ ଖୋଲିବା ପାଇଁ ନିର୍ଦ୍ଦେଶ ଦିଅନ୍ତୁ ବୋଲି ସଂଘ ଦାବି କରିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।