ସମ୍ବଲପୁର: ପଶ୍ଚିମ ଓଡିଶାର ଗଣପର୍ବ ନୂଆଖାଇ ଲାଗି ପାଇଁ ଶୁଭଲଗ୍ନ ଧାର୍ଯ୍ୟ ହୋଇଛି। ଆସନ୍ତା ୧୮ ତାରିଖରେ ସମ୍ୱଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗି ହେବ। ଏହିଦିନ ସକାଳ ୮ଟା ୨୦ରୁ ୮ଟା ୩୫ ମିନଟ ସମୟ ମଧ୍ୟରେ ନବାନ୍ନ ଲାଗି କରାଯିବ। ସେହି ଅନୁସାରେ ମା’ ସମଲେଇଙ୍କ ନିକଟରେ ନବାନ୍ନ ଲାଗି ହେବ। ପ୍ରତିବର୍ଷ ଭଳି, ଝାଡୁଆପଡାର ବ୍ରହ୍ମପୁରା ମନ୍ଦିରରେ ବ୍ରହ୍ମମଣ୍ଡପ ପଣ୍ଡିତ ମହାସଭା ପାଞ୍ଜି ଦେଖି ଏହି ଶୁଭ ମୁହୁର୍ତ୍ତ ନିର୍ଣ୍ଣୟ କରିଥିଲେ । ବିଧି ଅନୁସାରେ ପ୍ରତିବର୍ଷ ଜନ୍ମାଷ୍ଟମୀ ପରଦିନ ଅର୍ଥାତ୍ ନନ୍ଦୋତ୍ସବ ଦିନ ହିଁ ନୂଆଖାଇ ପାଇଁ ଲଗ୍ନ ନିର୍ଦ୍ଧାରଣ କରାଯାଇଥାଏ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।