ଆସନ୍ତା ୫ ତାରିଖରୁ ରାଜ୍ୟରେ ପ୍ରାକ୍‌ ମୌସୁମୀ ବର୍ଷା

ଭୁବନେଶ୍ୱର: ଆସନ୍ତା ୫ ତାରିଖରୁ ରାଜ୍ୟରେ ପ୍ରାକ୍‌ ମୌସୁମୀ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୫ ତାରିଖରୁ ଉତ୍ତର ଓଡ଼ିଶା ଓ ୬ ତାରିଖରୁ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରାକ୍‌ ମୌସୁମୀ ବର୍ଷା ହେବ।

ଦକ୍ଷିଣ ଛତିଶଗଡ଼ ନିକଟରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣି ବଳୟ ପ୍ରଭାବରେ ଆଜି ରାଜ୍ୟର କିଛି ସ୍ଥାନରେ ଆକାଶ ମେଘାଚ୍ଛନ୍ନ ରହିବା ସହ କାଳବୈଶାଖୀ ବର୍ଷା ହୋଇଛି। ଏପରି ପାଗ ଆସନ୍ତା ୨ରୁ ୩ ଦିନ ପର୍ଯ୍ୟନ୍ତ ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଶରତ ସାହୁ କହିଛନ୍ତି।