ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର: ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି । ରାଷ୍ଟ୍ରପତି ଆସନ୍ତାକାଲି ଦିନ ୧ଟା ୪୫ ମିନିଟରେ ଭୁବନେଶ୍ୱରରେ ପହଞ୍ଚିବା କାର୍ଯ୍ୟକ୍ରମ ରହିଛି । ଏହି ଦୁଇ ଦିନିଆ ଗସ୍ତରେ ରାଷ୍ଟ୍ରପତି ରାମେଶ୍ୱର, ପୁରୀ, ଭୁବନେଶ୍ୱର ଓ କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । ବିମାନବନ୍ଦରରୁ ସେ ସିଧାସଳଖ ଖୋର୍ଦ୍ଧା ଜିଲ୍ଲା ରାମେଶ୍ୱରକୁ ଯାଇ ସେଠାକାର ହାଇସ୍କୁଲର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଯୋଗଦେବେ । ସେଠାରୁ ସେ ପୁରୀ ଯାଇ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପରେ ରାତିରେ […]

pranab-mukherjee

Rakesh Mallick
  • Published: Thursday, 06 August 2015
  • , Updated: 06 August 2015, 04:10 AM IST

ଭୁବନେଶ୍ୱର: ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି । ରାଷ୍ଟ୍ରପତି ଆସନ୍ତାକାଲି ଦିନ ୧ଟା ୪୫ ମିନିଟରେ ଭୁବନେଶ୍ୱରରେ ପହଞ୍ଚିବା କାର୍ଯ୍ୟକ୍ରମ ରହିଛି । ଏହି ଦୁଇ ଦିନିଆ ଗସ୍ତରେ ରାଷ୍ଟ୍ରପତି ରାମେଶ୍ୱର, ପୁରୀ, ଭୁବନେଶ୍ୱର ଓ କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । ବିମାନବନ୍ଦରରୁ ସେ ସିଧାସଳଖ ଖୋର୍ଦ୍ଧା ଜିଲ୍ଲା ରାମେଶ୍ୱରକୁ ଯାଇ ସେଠାକାର ହାଇସ୍କୁଲର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଯୋଗଦେବେ । ସେଠାରୁ ସେ ପୁରୀ ଯାଇ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପରେ ରାତିରେ ପୁରୀ ରାଜଭବନରେ ରାତ୍ରିଯାପନ କରିବେ । ରାଷ୍ଟ୍ରପତି ୮ ତାରିଖରେ କଟକ ଯାଇ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ଦ୍ୱିତୀୟ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ । ସେହିଦିନ ସନ୍ଧ୍ୟାରେ ଭୁବନେଶ୍ୱରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ରାମେଶ୍ୱର, ପୁରୀ, ଭୁବନେଶ୍ୱର ଓ କଟକରେ ଅଧିକ ସଂଖ୍ୟକ ଫୋର୍ସ ମୁତୟନ ହେବେ ।

Related story