ରାଉରକେଲା: ପ୍ରାକ-ମୌସୁମୀର ଅସରାଏ ବର୍ଷାରେ ବେହାଲ୍ ହୋଇଯାଉଛି ରାଉରକେଲା ସରକାରୀ ହସ୍ପିଟାଲ। ରୋଗୀ ରହୁଥିବା ୱାର୍ଡ, ଡାକ୍ତରଙ୍କ ରୁମ୍, ହସପିଟାଲର ବାରଣ୍ଡା ସବୁଠି ବର୍ଷା ପାଣିର ସୁଅ। ଛାତରୁ ପାଣି ଗଳିବା ଫଳରେ ପୁରା ହସ୍ପିଟାଲରେ ସୃଷ୍ଟି ହୋଇଛି ସନ୍ତସନ୍ତିଆ ପରିବେଶ। ଏଥିପାଇଁ ହନ୍ତସନ୍ତ ହେଉଛନ୍ତି ରୋଗୀ। ଅଭିଯୋଗ ପରେ ମଧ୍ୟ କର୍ତ୍ତୃପକ୍ଷ କିଛି ପଦକ୍ଷେପ ନେଉ ନ ଥିବା ଅଭିଯୋଗ ହେଉଛି। ରୋଗୀଙ୍କ ସଂପର୍କୀୟମାନେ ବାଧ୍ୟ ହୋଇ ନିଜେ ଜଳ ନିଷ୍କାସନ ପାଇଁ ଉଦ୍ୟମ କରୁଛନ୍ତି। ଅସରାଏ ବର୍ଷା ପରେ ଏଭଳି ସ୍ଥିତି ସୃଷ୍ଟି ହୋଇଛି। ୱାର୍ଡ ଚଟାଣରେ ଜମି ରହିଛି ପାଣି। ଏଭଳି ଅବସ୍ଥା ଲାଗି ରହିଲେ ସଂକ୍ରମଣ ବ୍ୟାପିବାର ଆଶଙ୍କା ରହିଛି। ଏହାକୁ ନେଇ ଚିନ୍ତାରେ ରୋଗୀ ଓ ସେମାନଙ୍କ ସଂପର୍କୀୟ। ଗତକାଲି ସନ୍ଧ୍ୟାରୁ ଏମିତି ଅବସ୍ଥା ଲାଗି ରହିଥିଲେ ବି ସ୍ୱାସ୍ଥ୍ୟ ବିଭାଗ କର୍ମଚାରୀ କିମ୍ୱା ମୁଖ୍ୟ ମେଡିକାଲ ଅଫିସର କେହି ଆସିନଥିବା ଜଣାପଡିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ବିଜେଡି ନେତା ଏନ୍. ଭାସ୍କର ରାଓଙ୍କୁ ମିଳିଲା ଆଶ୍ୱସ୍ତି
୨୦୧୩ ମସିହା ଡ଼ିସେମ୍ବର ୧୫ ତାରିଖରେ ରାୟଗଡା ଜିଲ୍ଲାର ବରିଷ୍ଠ ଆଦିବାସୀ ନେତା ଭାଗିରଥୀ ମାଣ୍ଡାଙ୍ଗୀ ହଠାତ୍ ନିଖୋଜ ହୋଇଯାଇଥିଲେ। ପରବର୍ତ୍ତୀ ସମୟରେ ତାଙ୍କ ମୃତଦେହ ଆନ୍ଧ୍ରପ୍ରଦେଶରୁ ମିଳିଥିଲା।
Miscellaneous
ଆଜି ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ
ସାଂସ୍କୃତିକ କାର୍ଯ୍ୟକ୍ରମ ଅଧାରୁ ବନ୍ଦକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଥିଲା। ତେବେ ଏହାରି ଭିତରେ ଘଟଣାରେ ମୁଖ୍ୟମନ୍ତ୍ରୀ ହସ୍ତକ୍ଷେପ କରିଥିଲେ। ରାତି ସାଢ଼େ ୧୦ଟା ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ କରିଥିବା ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।
Miscellaneous
ବାବା କେଟିଏମ୍ ବାଇକ୍ରେ ଝିଅ ଧରି ବୁଲୁଥିଲେ...
ଯୁବତୀ ଜଣକ ଆହୁରି କହିଛନ୍ତି, ବିଜ୍ଞାନ ଯୁଗରେ ଲୋକମାନେ ନାନା ସମସ୍ୟା ନେଇ ବାବାଙ୍କ ପାଖକୁ ଯାଉଥିବା ଦେଖିବାକୁ ପାଇଥିଲି। ଯେଉଁ ମହିଳାଙ୍କର ପିଲା ଛୁଆ ହେଉନଥିଲା ବା ଯାହାକୁ କ୍ୟାନସର ପରି ଦୋରାରୋଗ ହୋଇଥିଲା, ସେମାନେ ବାବାଙ୍କ ପାଖକୁ ଯାଉଥିଲେ।
Crime
ବାଘ ଛାଲ ବିକ୍ରି ପାଇଁ ନେଉଥିବା ବେଳେ ମାଡ଼ି ବସିଲା ବନ ବିଭାଗ
୪ ଜଣ ତସ୍କର କଲରାପତରିଆ ବାଘ ଚାଲ ବିକ୍ରି ପାଇଁ ଯାଉଥିଲେ। ଏ ସମ୍ପର୍କରେ ଜାଣିପାରି ବାରିପଦା ବନଖଣ୍ଡ ଓ ଶିମିଳିପାଳର ସ୍ଵତନ୍ତ୍ର ଟିମ୍ ମିଳିତ ଭାବେ ବାଙ୍ଗିରିପୋଷି ରେଞ୍ଜ ବାଲିଖୋଣି ଗାଁରେ ଚଢ଼ଉ କରିଥିଲା।