ନୂଆପଡା: ନୂଆପଡ଼ା ଜିଲ୍ଲା କୋମନା ଏସ୍ଓଜି କ୍ୟାମ୍ପରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣାକୁ ନେଇ ଜୋର ଧରୁଛି ରାଜନୀତି। ଘଟଣାର ଅନୁଧ୍ୟାନ ପାଇଁ ପିସିସି ସଭାପତିଙ୍କ ନେତୃତ୍ୱରେ କଂଗ୍ରେସର ଏକ ଟିମ୍ ଆଜି ନୂଆପଡ଼ା ଯାଉଛି। ଏହି ଟିମ୍ ଆହତ ଯୁବକ ନୃତ୍ୟନ ନାୟକଙ୍କ ଘରକୁ ଯିବ। ସେହିପରି କଂଗ୍ରେସ ଟିମ୍ ମୃତ ଚିତ୍ତରଂଜନ ସାହୁଙ୍କ ପରିବାରକୁ ଭେଟିବା ସହ ଏସପି ଓ ଜିଲ୍ଲାପାଳଙ୍କ ସହ ଆଲୋଚନା କରିବ। ଏହି ଘଟଣାରେ ଗତକାଲି କୋମନା ପୋଲିସ ୪ ଜଣ ଏସଓଜି ଯବାନଙ୍କୁ ଗିରଫ କରିଥିଲା। ସେମାନେ ହେଲେ ଏସଓଜି ୟୁନିଟ୍-୧୬ର ଟିମ୍ ଲିଡର ଖୁସିରାମ ଭୋଇ, କମାଣ୍ତୋ ଶଶି କୁଜୁର, କମାଣ୍ତୋ ପ୍ରମୋଦ ଜଗଦଲା ଓ କମାଣ୍ତୋ କାମଦେବ ପ୍ରଧାନ। ଗତକାଲି ଏହି ପ୍ରସଙ୍ଗକୁ ନେଇ ବିଧାନସଭାରେ ପ୍ରବଳ ପାଟିତୁଣ୍ଡ ହୋଇଥିଲା। ମୁଖ୍ୟମନ୍ତ୍ରୀ ଗୃହରେ ବିବୃତି ରଖିବା ସହ ଘଟଣାର ଜୁଡିସିଆଲ୍ ମାଜିଷ୍ଟେଟ ତଦନ୍ତ ହେବ ବୋଲି କହିଥିଲେ। ସେହିପରି ମୃତ ଚିତ୍ତରଂଜନଙ୍କ ପରିବାର ଲାଗି ସେ ୧୦ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିବା ସହ ଆହତଙ୍କ ସମସ୍ତ ଖର୍ଚ୍ଚ ସରକାର ବହନ କରିବେ ବୋଲି କହିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।
Miscellaneous
ବିଏମସି ନିଷ୍ପତ୍ତି: ମୃତ ସହଦେବଙ୍କ ପତ୍ନୀଙ୍କୁ ୫ଲକ୍ଷ ଟଙ୍କା ଓ ସୁପରଭାଇଜର ଚାକିରି
ବିଏମସି ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ତଥା ପରିମଳ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ବିରଂଚି ନାରାୟଣ ମହାସୁପକାରଙ୍କ ଉପସ୍ଥିତିରେ ଅନୁଷ୍ଠିତ ସ୍ୱତନ୍ତ୍ର ବୈଠକରେ ଆଲୋଚନା ପରେ ସହଦେବଙ୍କ ପରିବାରକୁ ଏହି ଅନୁକମ୍ପାମୂଳକ ସହାୟତା ଦେବାକୁ ନିଷ୍ପତ୍ତି ନିଆଯାଇଛି ।
Politics
ସହଦେବ ହତ୍ୟାକାଣ୍ଡ: ବିଜେଡି-ବିଜେପି ତୁତୁମେଁମେଁ, ସନ୍ଦେହ ଘେରରେ ମେୟରଙ୍କ ଭୂମିକା, ଫସିଯିବେ କି ଅନନ୍ତ
ସହଦେବଙ୍କ ପରିବାରକୁ ନ୍ୟାୟ ଦାବିରେ ସଫେଇ କର୍ମଚାରୀମାନେ ଦୁଇଦିନ ଧରି କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଆଜି ପ୍ରତ୍ୟାହାର ପରେ ଭୁବନେଶ୍ୱର ମେୟର ବିଜେଡି ନେତ୍ରୀ ସୁଲୋଚନା ଦାସଙ୍କ ଭୂମିକା ମଧ୍ୟ ସନ୍ଦେହଘେରକୁ ଆସିଛି ।
Politics
ବିଶାଲ ଦାସଙ୍କ ସମେତ ୧୪ ଜଣଙ୍କ ନାଁରେ ମାମଲା
ଆଇଜି କହିଥିଲେ, ନିଖୋଜ ମାମଲାର ଚାଲିଛି ଖୋଳତାଡ଼। ଏହାର କିଛି ଘଣ୍ଟା ପରେ ଅର୍ଥାତ ବିଳମ୍ବିତ ରାତିରେ କେତେକ ସରପଞ୍ଚ, ସମିତି ସଭ୍ୟ ଛତିଶଗଡ଼ ମହାସମୁନ୍ଦ ଜିଲ୍ଲା ସରାଇପାଲିର ହୋଟେଲରେ ଥିବା ବେଳେ ନିଜେ ସମର୍ଥକଙ୍କ ସହ ପହଞ୍ଚିଥିଲେ ବିଶାଲ ଦାସ।
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।