ଉଦଳା(ମାନସ ପାଣି): ମୟୂରଭଞ୍ଜ ଜିଲ୍ଲା ଖୁଣ୍ଟା ଥାନା ଅନ୍ତର୍ଗତ କେନାଲ୍ ଛକ ନିକଟରେ ଏକ ପାଉଁଶ ବୋଝେଇ ଟ୍ରକ୍ ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱକୁ ଓଲଟି ପଡ଼ିବା ପରେ ଏଥିରେ ନିଆଁ ଲାଗି ଯାଇଥିଲା। ଆଖି ପିଛୁଳାକେ ହୁତୁହୁତୁ ହୋଇ ଟ୍ରକ୍ଟି ଜଳିଯାଇଥିଲା। ଏହାଦେଖି ସ୍ଥାନୀୟ ଲୋକେ ଖୁଣ୍ଟା ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲେ।
ଆଜି ସକାଳ ପ୍ରାୟ ସାଢ଼େ ସାତଟାରେ ଏହି ଦୁର୍ଘଟଣା ଘଟିଥିଲା। ଏହି ଦୁର୍ଘଟଣାରେ ଟ୍ରକ୍ ଡ୍ରାଇଭର ଓ ଖଲାସୀ ସୁରକ୍ଷିତ ଥିବା ଜଣାପଡ଼ିଛି। ଟ୍ରକ୍ଟି ବାରିପଦାରୁ ଖୁଣ୍ଟା ଆସୁଥିଲା। ତେବେ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି। ପୁଲିସ୍ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ବାର୍ହା ପାଇଁ ବିଛା ଯାଇଥିଲା ବିଦ୍ୟୁତ ତାର, ସେଥିରେ ପଡ଼ି ଚାଲିଗଲା ୩ ହାତୀଙ୍କ ଜୀବନ !
ଆଜି ସକାଳେ ସ୍ଥାନୀୟ ଲୋକେ ବୁରମାଲ ଜଙ୍ଗଲ ୩ଟି ହାତୀ ମରି ପଡ଼ିଥିବା ଦେଖି ବନ ବିଭାଗକୁ ଖବର ଦେଇଥିଲେ।
Crime
ଉପ ଜିଲ୍ଲାପାଳଙ୍କ ଘରେ ପଶିଲା ଭିଜିଲାନ୍ସ; ୧୦ଟି ସ୍ଥାନରେ ଚଢ଼ାଉ
ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଛି।
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।