କଟକ(ଓଡ଼ିଶା ରିପୋର୍ଟର): ବିଶିଷ୍ଟ କର୍କଟ ରୋଗ ବିଶେଷଜ୍ଞ ଡକ୍ଟର ସଞ୍ଜୟ ପଣ୍ଡାଙ୍କ ପରଲୋକ ହୋଇଛି। ଚେନ୍ନାଇ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ବିୟୋଗ ଘଟିଛି। ସେ ଦୀର୍ଘ ଦିନ ଧରି ଲିଭର ଜନିତ ରୋଗରେ ପୀଡ଼ିତ ଥିଲେ। ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଚେନ୍ନାଇ ସ୍ଥାନାନ୍ତରିତ କରାଯାଇଥିଲା। ଆଜି ତାଙ୍କର ଦେହାନ୍ତ ଘଟିଛି।
https://twitter.com/OdishaReporter/status/1435270466789416963?s=20
ବରିଷ୍ଠ କର୍କଟ ରୋଗ ବିଶେଷଜ୍ଞ ଡକ୍ଟର କୃପାସିନ୍ଧୁ ପଣ୍ଡାଙ୍କ ବଡ଼ ପୁଅ ହେଉଛନ୍ତି ଡକ୍ଟର ସଞ୍ଜୟ ପଣ୍ଡା। କଟକ ଆଚାର୍ଯ୍ୟ ହରିହର ଆଞ୍ଚଳିକ କର୍କଟ କେନ୍ଦ୍ରରେ ସେ ଆସୋସିଏଟ୍ ପ୍ରଫେସର ଭାବରେ କାର୍ଯ୍ୟରତ ଥିଲେ। ସେ ଆଇଏମ୍ଏ କଟକ ଶାଖାର ଆଜୀବନ ସଦସ୍ୟ ଥିଲେ। ତାଙ୍କ ପରଲୋକ ଚିକିତ୍ସା ଜଗତ ପାଇଁ ଏକ ଅପୂରଣୀୟ ଵୋଲି ଆଇଏମ୍ଏ କୁହାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।