ରାଇରଙ୍ଗପୁର(ଓଡ଼ିଶା ରିପୋର୍ଟର): ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ବିଜାତଳା ଛକ ନିକଟରେ ଏକ ବରଯାତ୍ରୀ ଗାଡ଼ି ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୬ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ ରାଇରଙ୍ଗପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତମାନଙ୍କ ମଧ୍ୟରେ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି।
ଆଜି ସକାଳେ ବରଯାତ୍ରୀଙ୍କୁ ନେଇ ଗାଡ଼ିଟି ରାଇରଙ୍ଗପୁର ନିକଟ ଟେଣ୍ଟପୋଷି ଗାଁରୁ ବଙ୍ଗରିପୋଷି ଅଞ୍ଚଳ କୁସୁମବନ୍ଦ ଗାଁକୁ ଆସୁଥିଲା। ଏହି ସମୟରେ ବିଜାତଳା ଛକ ନିକଟରେ ଗାଡ଼ିଟି ଭାରସାମ୍ୟ ହରାଇ ରାସ୍ତାତଳକୁ ଓଲଟି ପଡ଼ିଥିଲା। ଗାଡ଼ିରେ ୧୩ ଜଣ ଥିଲେ। ଦୁର୍ଘଟଣା ପରେ ଡ୍ରାଇଭର ଗାଡ଼ି ଛାଡ଼ି ଫେରାର ହୋଇଯାଇଥିଲା। ପୁଲିସ ପହଞ୍ଚି ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Business
ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।