ଭୁବନେଶ୍ୱର: ଅର୍ଥତତ୍ତ୍ୱ ଚିଟଫଣ୍ଡ୍ ଠକେଇ ମାମଲାରେ ଗିରଫ ହୋଇ ଜେଲରେ ଥିବା ବିଲଡର ସାଗର ରାୟଙ୍କୁ ମଙ୍ଗଳବାର ମିଳିଛି ଜାମିନ। ଓଡ଼ିଶା ହାଇକୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ୫ କୋଟି ଟଙ୍କାର ବ୍ୟାଙ୍କ ଜମା ବଦଳରେ ଉଚ୍ଚ ନ୍ୟାୟାଳୟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ସାଗର ରାୟ ଅର୍ଥତତ୍ତ୍ୱ ଗ୍ରୁପଠାରୁ ନିଜ ଆକାଉଣ୍ଟ ଏବଂ ନିଜ କଂପାନୀ ଅରିସନ ଓଭରସିଜ୍ ଆକାଉଣ୍ଟ ମାଧ୍ୟମରେ ବିପୁଳ ଅର୍ଥ ସଂଗ୍ରହ କରିଥିବା ସିବିଆଇ ପ୍ରମାଣ ପାଇଥିଲା। ଏହା ସହ ଏହି ସବୁ ଅର୍ଥ କେଉଁ ଉଦ୍ଦେଶ୍ୟରେ ଓ କାହିଁକି ଆଣିଥିଲେ ତା’ର କୌଣସି ସନ୍ତୋଷଜନକ ଉତ୍ତର ସେ ସିବିଆଇ ନିକଟରେ ଦେଇ ପାରି ନଥିଲେ। ଜମି ଓ ଆପାର୍ଟମେଣ୍ଟ ନେଇ ଏଟି ସହ ତାଙ୍କର ଡିଲ୍ ମଧ୍ୟ ହୋଇଥିଲା। ଏହା ସହ ଓପିଏଲରେ ଅର୍ଥତତ୍ତ୍ୱ ସ୍ପନସର ଥିବାରୁ ଏଟି ସହ ତାଙ୍କର ଲିଙ୍କ୍ ଥିବା ଜଣାପଡ଼ିଥିଲା। ଗତ ବର୍ଷ ନଭେମ୍ବର ୧୪ ତାରିଖରେ ସିବିଆଇ ତାଙ୍କୁ ଗିରଫ କରିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।
Crime
୧୦ ଘଣ୍ଟା ପରେ ଅପହୃତା ଯୁବତୀ ଉଦ୍ଧାର, ଚାଲିଛି ପଚରାଉଚରା
ଲୁମ୍ବିନୀ ବିହାର ଅଞ୍ଚଳରୁ ଅପହରଣ ହୋଇଥିବା ଯୁବତୀଙ୍କୁ ପ୍ରାୟ ୧୦ ଘଣ୍ଟା ପରେ ଭୁବନେଶ୍ୱର ଭିତରୁ ଉଦ୍ଧାର କରିଛି ପୁଲିସ୍। ଉଦ୍ଧାର ଯୁବତୀଙ୍କୁ ମୈତ୍ରିବିହାର ଥାନାରେ ପଚରାଉଚରା କରାଯାଉଛି।
Miscellaneous
ନୂଆ ବର୍ଷରୁ ନୂଆ ନିୟମ; ଏଣିକି ପ୍ରତି ମାସ ମିଳିବ ରାସନ ସାମଗ୍ରୀ
ପୂର୍ବରୁ ତିନି ମାସରେ ଥରେ ମିଳୁଥିବା ରାସନ ସାମଗ୍ରୀ ଏଣିକି ପ୍ରତିମାସ ମିଳିବ । ଜାନୁୟାରୀ ମାସରୁ ଏହି ନିୟମ ଲାଗୁ କରିବାକୁ ଯାଉଛନ୍ତି ରାଜ୍ୟ ସରକାର।
Crime
ରାଜଧାନୀରେ ଚାଞ୍ଚଲ୍ୟ; ପୁରୁଷ ବନ୍ଧୁଙ୍କୁ ହାଣି ଯୁବତୀଙ୍କୁ ଟେକିନେଲେ
ଯୁବତୀଙ୍କ ପୁରୁଷ ବନ୍ଧୁ ବାରଣ କରିବାରୁ ସେମାନେ ତାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଏହାପରେ ଯୁବତୀଙ୍କୁ ଅପହରଣ କରି ନେଇ ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିବା ଅଭିଯୋଗ ହୋଇଛି।
Crime
ମନ୍ଦିର ହୁଣ୍ଡି ଭାଙ୍ଗିଲେ, କଳାକନା ବୁଲାଇଦେଲେ ଲୁଟେରା
ମନ୍ଦିରକୁ ବି ଛାଡ଼ୁ ନାହାନ୍ତି ଲୁଟେରା। ହୁଣ୍ଡି ଭାଙ୍ଗି ଲୁଟିବା ସହ ବୁଲାଇ ଦେଉଛନ୍ତି କଳାକନା।