ଆଠଗଡ: ଆଠଗଡ଼ ବ୍ଲକ୍ ଗୁରୁଡ଼ିଝାଟିଆ ଥାନା ବାଳି ବଜାରରେ ମଙ୍ଗଳବାର ଗୁଳିମାରି ଜଣଙ୍କୁ ହତ୍ୟା କରାଯାଇଛି। ମୃତକ ଜଣକ ହେଲେ ସ୍ଥାନୀୟ ମହାନ୍ତି ସାହିର କିଶୋର ମହାନ୍ତି। ଆଜି ସକାଳ ପ୍ରାୟ ୯ଟା ବେଳେ କିଶୋର ୫୫ ନଂ ଜାତୀୟ ରାଜପଥ ବାଳି ବଜାରରେ ବସିଥିବା ବେଳେ ୨ଟା ବାଇକରେ ୪ ଜଣ ଦୁର୍ବୃତ୍ତ ଆସି ତାଙ୍କୁ ଗୁଳି ମାଡ଼ କରିଥିଲେ। ଗୁଳି ମାଡ଼ ପୂର୍ବରୁ କିଶୋରଙ୍କ ସହ ସେମାନେ ଯୁକ୍ତି ତର୍କ କରିଥିଲେ। କିଶୋରଙ୍କ କାନମୁଣ୍ଡାରେ ୬ ରାଉଣ୍ଡ ଗୁଳି ବାଜିଛି। ପୂର୍ବ ଶତ୍ରୁତାରୁ ତାଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକଙ୍କ ପକ୍ଷରୁ ଅଭିଯୋଗ କରାଯାଇଛି।
କିଶୋରଙ୍କୁ ହତ୍ୟା କରିଥିବା ବ୍ୟକ୍ତିମାନେ ପୂର୍ବରୁ ଥରେ ଧମକ ଦେଇଥିବା ତାଙ୍କ ପରିବାର ଲୋକେ ଗୁରୁଡ଼ିଝାଟିଆ ଥାନାରେ ଅଭିଯୋଗ କରିଥିଲେ । ସେତେବେଳେ ପୋଲିସ ଏଫଆଇଆର ରଖି ନ ଥିବାରୁ ଏହି ହତ୍ୟାକାଣ୍ଡ ପାଇଁ କିଶୋରଙ୍କ ପରିବାର ଲୋକେ ପୋଲିସକୁ ଦାୟୀ କରିଛନ୍ତି । ସେପଟେ ଏହି ଘଟଣାର ପ୍ରତିବାଦରେ ସ୍ଥାନୀୟ ଲୋକେ ବାଳିଠାରେ ୫୫ ନମ୍ୱର ଜାତୀୟ ରାଜପଥ ଅବରୋଧ କରିଛନ୍ତି । ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଶତାଧିକ ଗାଡ଼ି ଅଟକି ରହିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ବିଜେଡି ନେତା ଏନ୍. ଭାସ୍କର ରାଓଙ୍କୁ ମିଳିଲା ଆଶ୍ୱସ୍ତି
୨୦୧୩ ମସିହା ଡ଼ିସେମ୍ବର ୧୫ ତାରିଖରେ ରାୟଗଡା ଜିଲ୍ଲାର ବରିଷ୍ଠ ଆଦିବାସୀ ନେତା ଭାଗିରଥୀ ମାଣ୍ଡାଙ୍ଗୀ ହଠାତ୍ ନିଖୋଜ ହୋଇଯାଇଥିଲେ। ପରବର୍ତ୍ତୀ ସମୟରେ ତାଙ୍କ ମୃତଦେହ ଆନ୍ଧ୍ରପ୍ରଦେଶରୁ ମିଳିଥିଲା।
Miscellaneous
ଆଜି ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ
ସାଂସ୍କୃତିକ କାର୍ଯ୍ୟକ୍ରମ ଅଧାରୁ ବନ୍ଦକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଥିଲା। ତେବେ ଏହାରି ଭିତରେ ଘଟଣାରେ ମୁଖ୍ୟମନ୍ତ୍ରୀ ହସ୍ତକ୍ଷେପ କରିଥିଲେ। ରାତି ସାଢ଼େ ୧୦ଟା ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ କରିଥିବା ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।
Miscellaneous
ବାବା କେଟିଏମ୍ ବାଇକ୍ରେ ଝିଅ ଧରି ବୁଲୁଥିଲେ...
ଯୁବତୀ ଜଣକ ଆହୁରି କହିଛନ୍ତି, ବିଜ୍ଞାନ ଯୁଗରେ ଲୋକମାନେ ନାନା ସମସ୍ୟା ନେଇ ବାବାଙ୍କ ପାଖକୁ ଯାଉଥିବା ଦେଖିବାକୁ ପାଇଥିଲି। ଯେଉଁ ମହିଳାଙ୍କର ପିଲା ଛୁଆ ହେଉନଥିଲା ବା ଯାହାକୁ କ୍ୟାନସର ପରି ଦୋରାରୋଗ ହୋଇଥିଲା, ସେମାନେ ବାବାଙ୍କ ପାଖକୁ ଯାଉଥିଲେ।
Crime
ବାଘ ଛାଲ ବିକ୍ରି ପାଇଁ ନେଉଥିବା ବେଳେ ମାଡ଼ି ବସିଲା ବନ ବିଭାଗ
୪ ଜଣ ତସ୍କର କଲରାପତରିଆ ବାଘ ଚାଲ ବିକ୍ରି ପାଇଁ ଯାଉଥିଲେ। ଏ ସମ୍ପର୍କରେ ଜାଣିପାରି ବାରିପଦା ବନଖଣ୍ଡ ଓ ଶିମିଳିପାଳର ସ୍ଵତନ୍ତ୍ର ଟିମ୍ ମିଳିତ ଭାବେ ବାଙ୍ଗିରିପୋଷି ରେଞ୍ଜ ବାଲିଖୋଣି ଗାଁରେ ଚଢ଼ଉ କରିଥିଲା।