ବାଲେଶ୍ୱର (ଓଡ଼ିଶା ରିପୋର୍ଟର): ବାଲେଶ୍ୱର ଜିଲ୍ଲା ଖନ୍ତାପଡ଼ାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ୍ ପଛପଟୁ ଧକ୍କା ଦେଇଛି ଯାତ୍ରୀବାହୀ ବସ୍। ଫଳରେ ୨୦ରୁ ଅଧିକ ଆହତ ହୋଇଛନ୍ତି । ଏଥିରେ ଗୁରୁତର ଥିବା ୭ ଜଣଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଆଜି ସକାଳେ ପଶ୍ଚିମବଙ୍ଗ ହୁଗୁଳିରୁ ପୁରୀ ଆସୁଥିବା ଏକ ଯାତ୍ରୀବାହୀ ବସ୍ ରାସ୍ତା କଡ଼ରେ ଥିବା ଏକ ଟ୍ରକ୍କୁ ଧକ୍କା ଦେଇଛି। ଦୁର୍ଘଟଣାରେ ବସ୍ର ସାମ୍ନା ଭାଗ ନଷ୍ଟ ହୋଇଯାଇଛି। ବସ୍ ଦ୍ରୁତଗତିରେ ଯାଉଥିବାରୁ ଏଭଳି ଦୁର୍ଘଟଣା ହୋଇଥିବା କହିଛନ୍ତି ବସ୍ରେ ଥିବା ଯାତ୍ରୀ । ଦୁର୍ଘଟଣା ବେଳେ ବସ୍ରେ ପାଖାପାଖି ୭୦ ଜଣ ଯାତ୍ରୀ ଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
‘ଆୟୁଷ୍ମାନ ଭାରତ’ ଯୋଜନା: ଆସନ୍ତା ସପ୍ତାହରେ ହେବ ଏମଓୟୁ
କେନ୍ଦ୍ର ସରକାରଙ୍କ ବରିଷ୍ଠ ଅଧିକାରୀ ଏଲଏସ୍ ଚ୍ୟାନସେନଙ୍କ ଅଧ୍ୟକ୍ଷତାରେ ଏକ ଟିମ୍ ଓଡ଼ିଶା ଆସି ରାଜ୍ୟ ସ୍ୱାସ୍ଥ୍ୟ ସଚିବ ଏସ.ଅଶ୍ୱସ୍ଥି, ଜାତୀୟ ସ୍ୱାସ୍ଥ୍ୟ ମିଶନର ନିର୍ଦ୍ଦେଶିକା ଡି.ବୃନ୍ଦା ଓ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ବିସ୍ତୃତ ଆଲୋଚନା କରିଛନ୍ତି ।
Politics
ମୋ ମନ ଶାନ୍ତ ହୋଇନି, ସମୟକୁ ଅପେକ୍ଷା କରିଛି: ପ୍ରଦୀପ
ବିଜେଡି ଶାସନକାଳରେ ହୋଇଥିବା ମାମଲା ମଧ୍ୟରୁ ଗତକାଲି ୨ଟି ଓ ଆଜି ୩ଟି ମାମଲାରେ ଜେଏମଏଫସି କୋର୍ଟଙ୍କ ଦ୍ୱାରା ଦୋଷମୁକ୍ତ ହେବାପରେ ବ୍ରହ୍ମପୁର ସାଂସଦ ଶ୍ରୀ ପାଣିଗ୍ରାହୀ ନବୀନ ପଟ୍ଟନାୟକ, ଭିକେ ପାଣ୍ଡିଆନ ଓ ଷଡ଼ଯନ୍ତ୍ରକାରୀଙ୍କ ଉପରେ ବର୍ଷିଛନ୍ତି ।
Miscellaneous
ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ମୋଦି
ବିଶାଖାପାଟଣାରୁ ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଂଚିବା ପରେ ତାଙ୍କୁ ବିମାନ ବନ୍ଦରରେ ରାଜ୍ୟପାଳ ହରିବାବୁ କମ୍ଭମପତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଅନ୍ୟମାନେ ତାଙ୍କୁ ସ୍ୱାଗତ କରିଥିଲେ ।
Politics
‘ଓଡ଼ିଶାକୁ ଲୁଟ୍ ପାଇଁ ପାଣ୍ଡିଆନ୍ଙ୍କୁ ଠିକା ଦେଇଥିଲେ ନବୀନ’
ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ ଆହୁରି କହିଛନ୍ତି, ବିଜେଡି ସରକାରରେ CMOକୁ କରପସନ, କମିଶନ ଓ କଲେକ୍ସନର ହବ୍ କରାଯାଇଥିଲା। ନାଁ ନନେଇ ଜଣେ ବରିଷ୍ଠ IPSଙ୍କୁ ଟାର୍ଗେଟ୍ କରିଛନ୍ତି ପ୍ରଦୀପ।
Miscellaneous
୧୩ରୁ ଫେବ୍ରୁଆରୀ ୨୬ ଯାଏଁ ଅଯୋଧ୍ୟାକୁ ଗଡ଼ିବ ବସ୍
OSRTC ପକ୍ଷରୁ ହାଇ-ଏଣ୍ଡ ପ୍ରିମିୟମ୍ ବସ୍ ସେବା ଆରମ୍ଭ ହେବ। ପୁରୀ, ସମ୍ବଲପୁର, ଭବାନୀପାଟଣା, ବ୍ରହ୍ମପୁରରୁ ଏହି ବସ୍ ଗୁଡ଼ିକ ଯିବ।