ଭୁବନେଶ୍ୱର: ଆତ୍ମଘୋଷିତ ବାବାମାନଙ୍କ କବଳରୁ ସରକାରୀ ଜମି ଜବରଦଖଲ ମୁକ୍ତ କରିବାକୁ ଜିଲ୍ଲାପାଳମାନଙ୍କୁ କେନ୍ଦ୍ରାଞ୍ଚଳ ଆରଡିସିଙ୍କ ନିର୍ଦ୍ଦେଶ ଦେଇଛନ୍ତି । କେନ୍ଦ୍ରାଞ୍ଚଳ ଅନ୍ତର୍ଗତ ୧୦ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଏହି ନିର୍ଦ୍ଦେଶ ଦେଇଛନ୍ତି ଆରଡିସି ବିକାଶ ଚନ୍ଦ୍ର ମହାପାତ୍ର। ଧର୍ମ ଆଳରେ ବାବାମାନେ ବହୁ ପରିମାଣର ସରକାରୀ ଜମିକୁ ଜବରଦଖଲ କରିଥିବା ନେଇ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଥିବା ଆରଡିସି ଜିଲ୍ଲାପାଳମାନଙ୍କୁ ଜଣାଇଛନ୍ତି। କେଉଁ ଜିଲ୍ଲାରେ କେଉଁ ବାବା କେତେ ପରିମାଣର ସରକାରୀ ଜମି ଓ ଦେବୋତ୍ତର ଜମି ଜବରଦଖଲ କରିଛନ୍ତି ସେ ସମ୍ପର୍କରେ ୧୫ ଦିନ ମଧ୍ୟରେ ରିପୋର୍ଟ ଦେବାକୁ କୁହାଯାଇଛି । ଏ କ୍ଷେତ୍ରରେ କୌଣସି କୋହଳ ମନୋଭାବ ପ୍ରଦର୍ଶନ ନ କରିବାକୁ ଆରଡିସି ନିଜ ନିର୍ଦ୍ଦେଶ ଦେଇଛନ୍ତି । ଯଦି କୌଣସି ସରକାରୀ ଜମିକୁ ବେଆଇନ ଭାବେ ରେକର୍ଡଭୁକ୍ତ କରାଯାଇଥିବ ତେବେ ସେଥିରେ ତୁରନ୍ତ ସଂଶୋଧନ କରିବା ସହ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ କହିଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।
Crime
ନିର୍ମାଣାଧୀନ ଘରୁ ବୋମା ଭର୍ତ୍ତି ବ୍ୟାଗ୍ ଜବତ, ଅଭିଯୁକ୍ତ ଚମ୍ପଟ
ପୁଲିସ୍କୁ ଦେଖି କିଛି ଯୁବକ ବ୍ୟାଗ ଛାଡି ଦୌଡ଼ି ପଳାଇଥିବା ବେଳେ ପୁଲିସ୍ ସେମାନଙ୍କ ସନ୍ଧାନ ଆରମ୍ଭ କରିଛି।
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।