ବ୍ରହ୍ମପୁର (ଜଗନ୍ନାଥ ସାହୁ): ପାର୍କ ସ୍ଥାନ ନିରୂପଣ ପାଇଁ ମୁହାଁମୁହିଁ ହୋଇଛନ୍ତି ୨ ଗୋଷ୍ଠୀ। ଏହି ସଂଘର୍ଷରେ ୧୦ ଜଣ ଆହତ ହୋଇଛନ୍ତି। ଏପରି ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରିରେ।
ସୂଚନା ଅନୁଯାୟୀ, ସରକାରୀ ଅନୁଦାନରେ ପଞ୍ଚାୟତ ପକ୍ଷରୁ ଏକ ପାର୍କ କରିବା ପାଇଁ ଅର୍ଥ ମଞ୍ଜୁର ହୋଇଥିବା ବେଳେ ଶିଶୁ ମନ୍ଦିର ନିକଟରେ ଥିବା ଏକ ସ୍ଥାନ ନିରୂପଣ କରାଯାଇଥିଲା । ତେବେ ଉକ୍ତ ସ୍ଥାନକୁ ଲାଗି ରହିଥିବା ସାହି ବାସିନ୍ଦା ଏହାକୁ ବିରୋଧ କରି ଆସୁଥିଲେ। ଗତକାଲି ୨ ଗୋଷ୍ଠୀ ମଧ୍ୟରେ ଏହାକୁ ନେଇ କଟାକଟି ହୋଇଥିବା ବେଳେ ତାହା କ୍ରମଶଃ ଉଗ୍ର ରୂପ ଧାରଣ କଲା।
ଏହାପରେ ଉଭୟ ପକ୍ଷ ମଧ୍ୟରେ ସଂଘର୍ଷ ଆରମ୍ଭ ହୋଇଥିଲା । ଠେଙ୍ଗା, ବାଡ଼ି ଓ ପଥରରେ ଉଭୟ ଗୋଷ୍ଠୀ ପରସ୍ପରକୁ ଆକ୍ରମଣ କରିଥିଲେ। ଦିଗପହଣ୍ଡି ପୁଲିସ୍ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିଛି। ଆହତମାନଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଶାନ୍ତିଶୃଙ୍ଖଳା ରକ୍ଷା ନିମନ୍ତେ ଗାଁରେ ୨ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।
Crime
ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି
ରାଉରକେଲା ଟିମ୍ବର କୋଲୋନୀର ଲକ୍ଷ୍ମୀ ତନ୍ତି ଓ ତାଙ୍କ ସ୍ଵାମୀ ସଂଗ୍ରାମ ସାହୁ ପାଠଶାଠ କମ୍ ପଢ଼ିଛନ୍ତି। ତଥାପି ସରକାରୀ ଚାକିରି ବାଣ୍ଟୁଥିଲେ। ମାସର ଥରେ ବେକରେ ଆଇକାର୍ଡ ପକାଇ ରାଉରକେଲା କୋର୍ଟକୁ ଯାଉଥିଲେ।