ବଲାଙ୍ଗିର(ଓଡ଼ିଶା ରିପୋର୍ଟର): ବଲାଙ୍ଗିରରେ ମାତିଛନ୍ତି ଲୁଟେରା । ଗତକାଲି ବିଲମ୍ବିତ ରାତିରେ ଲୁଟେରାଙ୍କ ମରଣାନ୍ତକ ଆକ୍ରମଣରେ ଗୁରୁତର ହୋଇଛନ୍ତି ଦୁଇ ଅଧ୍ୟାପକ। ବଲାଙ୍ଗିରର ରାଜୀବନଗର ଅଞ୍ଚଳରେ ଘଟିଛି ଏପରି ଅଭାବନୀୟ ଘଟଣା ।
ଷ୍ଟେଟ୍ ଇନଷ୍ଟିଚ୍ୟୁଟ୍ ଅଫ୍ ହୋଟେଲ୍ ମ୍ୟାନେଜମେଣ୍ଟର ଅଧ୍ୟାପକ ସାହିଲ ସାହୁ ଗତକାଲି ରାତିରେ ଷ୍ଟେସନ୍ ଯାଉଥିବା ବେଳେ କିଛି ଯୁବକ ୨ଟି ବାଇକ୍ରେ ଆସି ତାଙ୍କ ବାଇକ୍ ଲୁଟ୍ ପାଇଁ ଉଦ୍ୟମ କରିଥିଲେ । ଏହାକୁ ବିରୋଧ କରିବାରୁ ସାହିଲଙ୍କୁ ସେମାନେ ଖଣ୍ଡାରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି ।
ସାହିଲ ସେହି ପାଖରେ ରହୁଥିବା ନିଜ ସହକର୍ମୀଙ୍କ ଘରକୁ ଦୌଡ଼ି ଯାଇଥିଲେ । ହେଲେ ଲୁଟେରାମାନେ ତାଙ୍କୁ ବି ଛାଡ଼ି ନଥିଲେ । ଲୁଟେରାମାନେ ସାହିଲଙ୍କ ସହକର୍ମୀ ବିଜୟ କିରଣଙ୍କୁ ମାଡ଼ ମାରିବା ସହ ତାଙ୍କ ମୋବାଇଲ୍ ମଧ୍ୟ ଲୁଟ୍ କରି ଫେରାର ହୋଇ ଯାଇଛନ୍ତି।
ଏହି ଆକ୍ରମଣରେ ବିଜୟଙ୍କ ଆଙ୍ଗୁଠି କଟିଯିବା ସହ ସାହିଲ ଆହତ ହୋଇ ବଲାଙ୍ଗିରରେ ଚିକିତ୍ସାଧୀନ ଅଛନ୍ତି। ସେପଟେ ଗୁରୁତର ଅବସ୍ଥାରେ ବିଜୟଙ୍କୁ ବୁର୍ଲା ମେଡିକାଲକୁ ପଠାଯାଇଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।