ସମ୍ୱଲପୁର(ସମୀର ଷଡ଼ଙ୍ଗୀ): ସମ୍ୱଲପୁର ଫାଟକ ଅଞ୍ଚଳର ଦେହେରୀପାଲି ଜନଗହଳି ରାସ୍ତାରେ ବାଇକ୍ ଧକ୍କାକୁ ନେଇ ଜଣେ ଯୁବକଙ୍କୁ ଛୁରାମାଡ଼ ହୋଇଛି। ଆହତ ଯୁବକଙ୍କ ନାଁ ଅମନ ସିଂ। ଅମନଙ୍କ ଡାହାଣ ଗୋଡ଼ରେ ଗଭୀର ଆଘାତ ଲାଗିଛି। ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରଯାଇଛି।
ଗତକାଲି ସନ୍ଧ୍ୟାରେ ବୁଢ଼ାରାଜା ଦେହେରୀପାଲିରୁ କିଛି ଯୁବକ ବାଇକ୍ରେ ଆସୁଥିଲେ। ଏହି ସମୟରେ ବିପରୀତ ଦିଗରୁ ଅମନ ତାଙ୍କ ବାଇକ୍ରେ ଆସୁଥିଲେ। ତେବେ ବାଇକ୍ରେ ଆସୁଥିବା ଯୁବକଙ୍କ ଗାଡ଼ି ସହ ଅମନଙ୍କ ଗାଡ଼ିର ଧକ୍କା ହୋଇଥିଲା। ଏହାକୁ ନେଇ ଉଭୟ ପକ୍ଷ ମଧ୍ୟରେ ବଚସା ହୋଇଥିଲା। ଏହାପରେ ଉକ୍ତ ଯୁବକମାନେ ଅମନଙ୍କୁ ଛୁରୀରେ ଆକ୍ରମଣ କରିଥିଲେ। ସମସ୍ତ ଯୁବକ ନିଶାଶକ୍ତ ଥିବା ଅମନ କହିଛନ୍ତି।
ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।
Miscellaneous
ପାଟପୁର ଥାନା ଦେଶର ଶ୍ରେଷ୍ଠ ଥାନା, ପୁରସ୍କୃତ କରିବେ ଗୃହମନ୍ତ୍ରୀ
ଦେଶର ତିନୋଟି ଶ୍ରେଷ୍ଠ ଥାନା ଭିତରେ ମନୋନୀତ ହୋଇଛି ଗଞ୍ଜାମ ଜିଲ୍ଲାର ପାଟପୁର ଥାନା। ପୁଲିସ ମହାନିର୍ଦ୍ଦେଶକ ସମ୍ମିଳନୀରେ ଯୋଗ ଦେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ପାଟପୁର ଥାନାଧିକାରୀଙ୍କୁ ଦେବେ ଟ୍ରଫି।