Advertisment

ମେଡିକାଲ କଲେଜ ଅଧୀକ୍ଷକଙ୍କୁ ଠେଲାପେଲା ସହ ମାଡ

ବାରିପଦା(ମାଣିକଲାଲ ପାଣି): ଜଣେ ନାବାଳିକା ମୃତ୍ୟୁକୁ ନେଇ ବାରିପଦା ମେଡିକାଲ କଲେଜରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଛି। ଚିକିତ୍ସାରେ ଅବହେଳା ଅଭିଯୋଗ ଆଣି ଉତ୍ତ୍ୟକ୍ତ ଲୋକେ ମେଡିକାଲ କଲେଜ ଅଧୀକ୍ଷକ ବୈକୁଣ୍ଠନାଥ ମହାପାତ୍ରଙ୍କୁ ଠେଲାପେଲା କରିବା ସହ ମାଡ଼ ମାରିଛନ୍ତି। ଘଟଣାସ୍ଥଳରେ ପୁଲିସ୍‌ ମୁତୟନ ହୋଇଥିବା ସତ୍ତ୍ୱେ ଚାପା ଉତ୍ତେଜନା ଲାଗି ରହିଛି। ସୂଚନାଯୋଗ୍ୟ, ଗତ ୩୦ ତାରିଖରେ ଶ୍ୟାମାଖୁଣ୍ଟା ବ୍ଲକର ଜଣେ ଥାଲାସେମିଆରେ ପୀଡ଼ିତ ନାବାଳିକାଙ୍କୁ  ବାରିପଦା ମେଡିକାଲ କଲେଜରେ ଭର୍ତ୍ତି କରାଯାଇଥିଲା । କିନ୍ତୁ […]

ମେଡିକାଲ କଲେଜ ଅଧୀକ୍ଷକଙ୍କୁ ଠେଲାପେଲା ସହ ମାଡ

baripada

Advertisment

ବାରିପଦା(ମାଣିକଲାଲ ପାଣି): ଜଣେ ନାବାଳିକା ମୃତ୍ୟୁକୁ ନେଇ ବାରିପଦା ମେଡିକାଲ କଲେଜରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଛି। ଚିକିତ୍ସାରେ ଅବହେଳା ଅଭିଯୋଗ ଆଣି ଉତ୍ତ୍ୟକ୍ତ ଲୋକେ ମେଡିକାଲ କଲେଜ ଅଧୀକ୍ଷକ ବୈକୁଣ୍ଠନାଥ ମହାପାତ୍ରଙ୍କୁ ଠେଲାପେଲା କରିବା ସହ ମାଡ଼ ମାରିଛନ୍ତି। ଘଟଣାସ୍ଥଳରେ ପୁଲିସ୍‌ ମୁତୟନ ହୋଇଥିବା ସତ୍ତ୍ୱେ ଚାପା ଉତ୍ତେଜନା ଲାଗି ରହିଛି।

Advertisment

ସୂଚନାଯୋଗ୍ୟ, ଗତ ୩୦ ତାରିଖରେ ଶ୍ୟାମାଖୁଣ୍ଟା ବ୍ଲକର ଜଣେ ଥାଲାସେମିଆରେ ପୀଡ଼ିତ ନାବାଳିକାଙ୍କୁ  ବାରିପଦା ମେଡିକାଲ କଲେଜରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ରକ୍ତ ଅଭାବରୁ ଆଜି ସକାଳେ ନାବାଳିକାଜଣକଙ୍କର ମୃତ୍ୟୁ ହୋଇଥିଲା । ଡାକ୍ତରଙ୍କ ଖାମଖିଆଲି କାର୍ଯ୍ୟ ଯୋଗୁ ଝିଅ ସବୁଦିନ ପାଇଁ ଆଖି ବୁଜି ଦେଇଥିବା ନାବାଳିକାଙ୍କ ପରିବାର ଲୋକେ ଅଭିଯୋଗ ଆଣିଛନ୍ତି।   ଯାହାକୁ ନେଇ ହସ୍ପିଟାଲ ପରିସରରେ ଉତ୍ତେଜନା ଦେଖିବାକୁ ମିଳିଛି । ମେଡିକାଲ ଗେଟ୍  ସମ୍ମୁଖରେ ନାବାଳିକାଙ୍କ ମୃତଦେହ ରଖି ରୋଗୀଙ୍କ ସମ୍ପର୍କୀୟ ଧାରଣାରେ ବସିଛନ୍ତି ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe