ଟିଟିଲାଗଡ଼(ଓଡ଼ିଶା ରିପୋର୍ଟର) : ନିଜ ଅଫିସରେ କାର୍ଯରତ ଥିବା ବେଳେ ଜଣେ ଯୁବକ ଆକ୍ରମଣ ସହ ହତ୍ୟା ଧମକ ଦେଇଥିବା ଅଭିଯୋଗ ଆଣିଛନ୍ତି ବଲାଙ୍ଗିର ଜିଲ୍ଲା ଟିଟିଲାଗଡ ବିଡିଓ ନବୀନ ଚନ୍ଦ୍ର ନାୟକ ।
ବିଡିଓ ନିଜ ଅଫିସରେ ଥିବା ବେଳେ ଜଣେ ଯୁବକ ସେଠାରେ ପହଞ୍ଚି ବିଭିନ୍ନ ପଞ୍ଚାୟତରେ ହେଉଥିବା ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ପଚାରିଥିଲେ । କରୋନ ପରିସ୍ଥିତିରେ କୌଣସି କାର୍ଯ୍ୟ ହେଉ ନଥିବା ବିଡିଓ କହିଥିଲେ । ହେଲେ ଟିଟିଲାଗଡ଼ ବ୍ଲକ ଅଧୀନରେ ଥିବା ୨୪ ପଞ୍ଚାୟତରେ କାମ ଖୁବ୍ ଶୀଘ୍ର ଆରମ୍ଭ ହେବ ବୋଲି ବିଡିଓ କହିଥିଲେ।
ଏହାହାପରେ ଯୁବକଜଣକ ଉତ୍ତ୍ୟକ୍ତ ହୋଇ ଆମ ଅଜାଣତରେ କିପରି କାମ ଆରମ୍ଭ ହେବ ବୋଲି ପଚାରିଥିଲେ। ଏହାପରେ ସେ ବିଡିଓଙ୍କୁ ଗାଳି ଗୁଲଜ କରିବା ସହିତ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଏହାବାଦ ରାସ୍ତାରେ ବୁଲଡୋଜର ଚପାଇ ମାରିଦେବାକୁ ଧମକ ଦେଇଥିବା ପ୍ରତ୍ୟକ୍ଷଦର୍ଶୀଙ୍କ ସୂତ୍ରରୁ ଜଣାପଡ଼ିଛି।
ଏନେଇ ବିଡିଓ ଟିଟିଲାଗଡ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୁକ୍ତ ଯୁବକଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆଜିଠୁ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ, ୧୬ରୁ ପୁଣି ଚାଲିବ
ଆସନ୍ତା ୧୬ ତାରିଖଠାରୁ ପୁଣିଥରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଓ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ରତ୍ନଭଣ୍ଡାର ମରାମତି ଆରମ୍ଭ ହେବ।
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।