ରାଉରକେଲା(ପବନ ତିୱାରୀ): ସୁନ୍ଦରଗଡ଼ ଜିଲ୍ଲାରେ ସମୁଦାୟ ୧୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ବିଶ୍ରାରୁ ୫ ଜଣ ଓ ନାଲାରୋଡ୍ରୁ ୬ ଜଣ ଚିହ୍ନଟ ହୋଇଛନ୍ତି। ସଂକ୍ରମଣକୁ ରୋକିବାକୁ ଏହି ୨ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ରେ ପରିଣତ କରାଯାଇଥିବା ବେଳେ ଆଜି ନାଲାରାଡ଼ରେ ପୁଲିସ୍ ଉପରକୁ ପଥର ମାଡ଼ ହୋଇଥିବା ସୂଚନା ମିଳିଛି।
କୌଣସି କାରଣରୁ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେବାରୁ କିଛି ଲୋକ ପଥର ମାଡ଼ କରିବା ସହ ବ୍ୟାରିକେଡ ଭାଙ୍ଗିଦେଇଛନ୍ତି। ଖବର ମିଳିବା ପରେ ନାଲାରୋଡକୁ ଅଧିକ ଫୋର୍ସ ପଠାଯାଇଛି। ରାଉରକେଲା ଏସ୍ପି କେ. ଶିବା ସୁବ୍ରମଣି ଓ ବରିଷ୍ଠ ପୁଲିସ୍ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତି ଉପରେ ନଜର ରଖିଥିବା ଜଣାଯାଇଛି। ତେବେ କେଉଁ କାରଣରୁ ଉତ୍ତ୍ୟକ୍ତ ଲୋକେ ପଥର ମାଡ଼ ସହ ବ୍ୟାରିକେଡ଼ ଭାଙ୍ଗିଛନ୍ତି ସେ ସମ୍ପର୍କରେ ସ୍ପଷ୍ଟ ସୂଚନା ମିଳିପାରି ନାହିଁ। ଏହି ଆକ୍ରମଣରେ କିଛି ପୁଲିସ୍ କର୍ମୀ ଆହତ ହୋଇଥିବା ସୂଚନା ମିଳିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରାତ୍ର ଭୋଜନ ପରେ ମିଠା ଖାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ
ରାତ୍ର ଭୋଜନ ପରେ ମିଠାଖାଇବା ଦ୍ୱାରା ହୃଦଘାତ ହେବାର ସମ୍ଭାବନା ରହିଛି।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।