ଚାନ୍ଦବାଲି(ବାସୁଦେବ ଦାସ): ଭଦ୍ରକ ଜିଲ୍ଲା ଚାନ୍ଦବାଲି ଥାନା ଅନ୍ତର୍ଗତ ମତୋ ମାଧପୁର ରାସ୍ତାର କଲେଜ ଛକ ନିକଟରେ ଗତକାଲି ସନ୍ଧ୍ୟାରେ ଏକ ଅଟୋ ଗଛରେ ପିଟି ହୋଇ ଓଲଟି ପଡ଼ିଥିଲା। ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଆହତ ହୋଇଛନ୍ତି। ମୃତକ ହେଲେ ମହେଶ୍ୱର ଦାସ। ତାଙ୍କ ଘର କଣ୍ଡିଆ ସାହି ଗାଁରେ।
ଗତକାଲି ଏକ ଅଟୋରେ ୧୪ ଜଣ ଯାତ୍ରୀ ମତୋରୁ ମାଧପୁର ଯାଉଥିଲେ। ଏହି ସମୟରେ ମାଧପୁର ରାସ୍ତାର କଲେଜ ଛକ ନିକଟରେ ଅଟୋଟି ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଗଛରେ ପିଟି ହୋଇ ଓଲଟି ପଡ଼ିଥିଲା। ଘଟଣାସ୍ଥଳରେ ହିଁ ମହେଶ୍ୱରଙ୍କ ମୃତ୍ୟୁ ଘଟିଥିଲା। ସ୍ଥାନୀୟ ଲୋକେ ଆହତମାନଙ୍କୁ ଉଦ୍ଧାର କରି ଚାନ୍ଦବାଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେମାନଙ୍କ ମଧ୍ୟରୁ ଅମରେନ୍ଦ୍ର ଦାସ ନାମକ ବ୍ୟକ୍ତିଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ପ୍ରାଥମିକ ଚିକିତ୍ସା ପରେ କଟକ ସ୍ଥାନାନ୍ତର କରାଯାଇଛି।
ଦୁର୍ଘଟଣା ପରେ ଅଟୋ ଡ୍ରାଇଭର ଫେରାର୍ ହୋଇଯାଇଛନ୍ତି। ପୁଲିସ୍ ଘଟଣାର ତଦନ୍ତ ଆରମ୍ଭ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ହାଟରୁ ମିଳିଥିଲା ଅଧା ପୋଡ଼ା ମୃତଦେହ; ଟଙ୍କା ନ ଦେବାରୁ ଜାଳିଦେଇଥିଲେ ଦୁଇ ଦୋକାନୀ
ଗତ ୧୬ତାରିଖରେ କନ୍ଦା ମହାନ୍ତ କେନ୍ଦୁଜୁଆଣି ହାଟକୁ ଆସିଥିଲେ। ସେଠାରେ ସେ ଉଭୟ ଦୋକାନୀଙ୍କ ନିକଟରୁ ପତ୍ରପୋଡା ମାଂସ ସହିତ ଚଣା ଆଣି ଖାଇଥିଲେ। ମାତ୍ର ସେମାନଙ୍କୁ ସେ ଟଙ୍କା ଦେଇ ନ ଥିଲେ।
Politics
ପିଏସୟୁକୁ କେମିତି ମିଳୁଛି କାମ?
ଭୁବନେଶ୍ୱରରେ ଏକ ତାରକା ହୋଟେଲ ସାମନାରେ ଲାଞ୍ଚ ପାଇଁ ନିଆଯାଉଥିବା ୧୦ ଲକ୍ଷ ଟଙ୍କା ଧରା ପଡ଼ିବା ପରେ ଏବେ ସିବିଆଇ ରାଡରରେ ଆଇଏଏସ ଅଫିସର ବିଷ୍ଣୁପଦ ସେଠୀ।
Crime
ପୁଲିସ ବାବୁଙ୍କ ଦବଙ୍ଗଗିରି; ଅଭିଯୁକ୍ତକୁ ନିର୍ଧୂମ ପିଟିଲେ, ପିଠି ଉପରେ ଚଢ଼ିଗଲେ
ଘଟଣା ଘଟିଛି କଟକ ଜିଲ୍ଲା ବାଙ୍କୀ ଅଞ୍ଚଳରେ।
Crime
ଆକ୍ସନ ମୁଡରେ ଇଡି; ଦ୍ୱିତୀୟ ଦିନରେ ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ରେଡ୍
ଗତକାଲି ସମ୍ବଲପୁରରେ ଥିବା ବିଶ୍ୱ ଏନଜିଓର ମୁଖ୍ୟ କାର୍ଯ୍ୟାଳୟ ସମେତ ୩ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଥିଲା। ଦିଲ୍ଲୀରେ ମଧ୍ୟ ଇଡି ପକ୍ଷରୁ ଚଢ଼ାଉ କରାଯାଇଥିଲା।
Crime
ତାତିଲେ ଗ୍ରାମବାସୀ, ଦୁର୍ଦ୍ଦାନ୍ତ ନକ୍ସଲ ହିଡମା ଘରକୁ ମାଟିରେ ମିଶାଇଦେଲେ
ହିଡମା ନିଜ ଗାଁ ଲୋକଙ୍କୁ ସବୁବେଳେ ଡରାଇ ଧମକାଇ ରଖିଥିବା ବେଳେ ବହୁ ଲୋକ ଗାଁ ଛାଡ଼ି ଚାଲି ଯାଇଥିଲେ। ମାତ୍ର ଏବେ ସେନା ସହଯୋଗରେ ହିଡମା ଘରକୁ ମାଟିରେ ମିଶାଇ ଦେଇଛନ୍ତି ଉତ୍ତ୍ୟକ୍ତ ଲୋକେ।