ଧର୍ମଗଡ଼(ଇଙ୍ଗିତ ପଣ୍ଡା): ଗର୍ଭବତୀଙ୍କୁ ନେଇ ଯାଉଥିବା ଅଟୋ ଓ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଆଜି ଏମିତି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା କଳାହାଣ୍ଡି ଜିଲ୍ଲାର ଗୋଲାମୁଣ୍ଡା-ଧର୍ମଗଡ଼ ରାସ୍ତାରେ ଘଟିଛି। ଦୁର୍ଘଟଣାରେ ଅଟୋରେ ଥିବା ଗର୍ଭବତୀଙ୍କ ସମେତ ୪ ଜଣ ଓ ଦୁଇ ବାଇକ ଆରୋହୀ ଗୁରୁତ ଆହତ ହୋଇଛନ୍ତି। ଗୋଲାମୁଣ୍ଡା ଗାଁର ଜଣେ ଗର୍ଭବତୀଙ୍କୁ ଏକ ଅଟୋରେ ଧର୍ମଗଡ଼ ମେଡିକାଲ୍କୁ ନିଆଯାଉଥିଲା। ତେବେ ରାସ୍ତାରେ ସମ୍ମୁଖରୁ ଆସୁଥିବା ଏକ ବାଇକ୍ ସହିତ ଅଟୋର ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଗର୍ଭବତୀଙ୍କ ସହ ୬ ଜଣ ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ସମସ୍ତଙ୍କୁ ଉଦ୍ଧାର କରି ଧର୍ମଗଡ଼ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ସମସ୍ତଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ଦୁର୍ଘଟଣା ପରେ ଅଟୋ ଡ୍ରାଇଭର ଘଟଣାସ୍ଥଳରୁ ଫେରାର୍ ହୋଇଯାଇଛି।
ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆମ୍ବ ଟାକୁଆ ଖାଇବା ଘଟଣାରେ ଆଉ ଜଣଙ୍କର ମୃତ୍ୟୁ
ଆମ୍ବ ଟାକୁଆ ଖାଇ ଗୁରୁତର ଥିବା ଆଉ ଜଣେ ଏବେ ବି ଏସସିବିରେ ଚିକିତ୍ସାଧୀନ ଅଛନ୍ତି।
Politics
ବିଜେଡି ନେତା ଏନ୍. ଭାସ୍କର ରାଓଙ୍କୁ ମିଳିଲା ଆଶ୍ୱସ୍ତି
୨୦୧୩ ମସିହା ଡ଼ିସେମ୍ବର ୧୫ ତାରିଖରେ ରାୟଗଡା ଜିଲ୍ଲାର ବରିଷ୍ଠ ଆଦିବାସୀ ନେତା ଭାଗିରଥୀ ମାଣ୍ଡାଙ୍ଗୀ ହଠାତ୍ ନିଖୋଜ ହୋଇଯାଇଥିଲେ। ପରବର୍ତ୍ତୀ ସମୟରେ ତାଙ୍କ ମୃତଦେହ ଆନ୍ଧ୍ରପ୍ରଦେଶରୁ ମିଳିଥିଲା।
Miscellaneous
ଆଜି ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ
ସାଂସ୍କୃତିକ କାର୍ଯ୍ୟକ୍ରମ ଅଧାରୁ ବନ୍ଦକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଥିଲା। ତେବେ ଏହାରି ଭିତରେ ଘଟଣାରେ ମୁଖ୍ୟମନ୍ତ୍ରୀ ହସ୍ତକ୍ଷେପ କରିଥିଲେ। ରାତି ସାଢ଼େ ୧୦ଟା ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ କରିଥିବା ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।
Miscellaneous
ବାବା କେଟିଏମ୍ ବାଇକ୍ରେ ଝିଅ ଧରି ବୁଲୁଥିଲେ...
ଯୁବତୀ ଜଣକ ଆହୁରି କହିଛନ୍ତି, ବିଜ୍ଞାନ ଯୁଗରେ ଲୋକମାନେ ନାନା ସମସ୍ୟା ନେଇ ବାବାଙ୍କ ପାଖକୁ ଯାଉଥିବା ଦେଖିବାକୁ ପାଇଥିଲି। ଯେଉଁ ମହିଳାଙ୍କର ପିଲା ଛୁଆ ହେଉନଥିଲା ବା ଯାହାକୁ କ୍ୟାନସର ପରି ଦୋରାରୋଗ ହୋଇଥିଲା, ସେମାନେ ବାବାଙ୍କ ପାଖକୁ ଯାଉଥିଲେ।