ଅଟୋ-କାର ମୁହାଁମୁହିଁ; ଜଣେ ମୃତ, ୧୦ ଆହତ

ଆନନ୍ଦପୁର: ୨୧୫ ନମ୍ୱର ଜାତୀୟ ରାଜପଥର ଆନନ୍ଦପୁର ବାରିଗାଁ ଓଭର ବ୍ରିଜ୍‌ରେ ଆଜି ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କାର ଓ ଅଟୋ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୧୧ ଜଣ ଅହତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୫ ଜଣ ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଜଣକର ମୃତ୍ୟୁ ଘଟିଥିଲା। ଏବେ ମଧ୍ୟ ଅନ୍ୟମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସଙ୍କଟାପନ୍ନ ରହିଥିବା ଜଣାପଡ଼ିଛି।

auto accident

Rakesh Mallick
  • Published: Wednesday, 07 June 2017
  • , Updated: 07 June 2017, 04:37 PM IST

Related story