ଭଞ୍ଜନଗର (ରାଜେଶ କୁମାର ପଣ୍ଡା): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ଗୁଜୁରାଳି ଗ୍ରାମ ପାଟଖଣ୍ଡା ମନ୍ଦିର ନିକଟରେ ଜଣେ ଅଟୋ ଚାଳକଙ୍କ ଉପରେ ଗଛ ଡାଳ ଭାଙ୍ଗି ପଡ଼ି ଯିବାରୁ ତାଙ୍କର ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ନିରମଣି ସାହୁ।
ନିରମଣି ନିଜ ଗାଁ ହାରିଗଡ଼ରୁ ଭଡ଼ାରେ ଗୁଜୁରାଳି ଗ୍ରାମ ସ୍ଥିତ ପାଟଖଣ୍ଡା ମନ୍ଦିରକୁ ଆସିଥିଲେ। ପାଟଖଣ୍ଡା ମନ୍ଦିରରେ ପହଞ୍ଚିବା ପରେ ଅଟୋ ରଖି ପାଖରେ ଥିବା ଏକ ଗଛମୂଳେ ଛିଡ଼ା ହୋଇ ଫୋନ୍ରେ କଥା ହେଉଥିଲେ। ଏହି ସମୟରେ ଗଛରୁ ଏକ ବିରାଟ ଡାଳ ଭାଙ୍ଗି ତାଙ୍କ ଉପରେ ପଡ଼ିଥିଲା। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା।
ସ୍ଥାନୀୟ ଲୋକଙ୍କ ଠାରୁ ଖବର ପାଇ ପୁଲିସ୍ ସେଠାରେ ପହଞ୍ଚିଥିଲା। ପୁଲିସ୍ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ଡାକ୍ତରଖାନାକୁ ପଠାଇଛି। ଏହା ସହିତ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଏଏସ୍ ବଦଳି: ଯସ୍ମିନ ପଟ୍ଟନାୟକ ଓଡ଼ିଆ ବିଶ୍ୱବିଦ୍ୟାଳୟ କୁଳସଚିବ, ମନୋଜ ପାଢ଼ୀ ଶିକ୍ଷକ ପ୍ରତିଷ୍ଠାନ ନିର୍ଦ୍ଦେଶକ
ବରିଷ୍ଠ ଓଏଏସ୍ ପୁରିନ୍ଦର ଧରୁଆଙ୍କୁ ଖାଦ୍ୟଯୋଗାଣ ଓ ଖାଉଟିକଲ୍ୟାଣ ବିଭାଗର ସ୍ୱତନ୍ତ୍ର ସଚିବ ଏବଂ ଓଏଏସ୍ ରୀନା ମହାପାତ୍ରଙ୍କୁ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି ହୋଇଛି ।
Miscellaneous
୧.୩୬ଲକ୍ଷ କୋଟି ଟଙ୍କାର ଶିଳ୍ପପ୍ରକଳ୍ପକୁ ମଞ୍ଜୁରୀ ଦେଲେ ମୋହନ ସରକାର
ବିଜେପି ସରକାର କ୍ଷମତାକୁ ଆସିବା ପରେ ଦ୍ୱିତୀୟ ଏଚଏଲସିଏ ବୈଠକରେ ମଞ୍ଜୁରୀ। ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ରାଜ୍ୟରେ ୭୪୩୫୦ଟି ଅତିରିକ୍ତ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।
Miscellaneous
ପୁଣି ଆଳୁ ଅଟକାଇଲେ ମମତା, ବିଜେଡି-ବିଜେପି ଦୋଷ ଲଦାଲଦି
ଗତକାଲିଠୁ ସୀମାରେ ଅଟକିଛି ଶହ ଶହ ଆଳୁ ଗାଡ଼ି। ଆଳୁ ରପ୍ତାନୀ ଉପରେ କଟକଣା ଲଗାଇଛନ୍ତି ପଶ୍ଚିମବଙ୍ଗ ସରକାର। ପରସ୍ପର ଉପରେ ଦୋଷ ଲଦିଲେ ବିଜେଡି-ବିଜେପି।
Crime
କାର୍ ହେଡ୍ଲାଇଟ୍ରେ ହେଉଥିଲା ଗଞ୍ଜେଇ ଚାଲାଣ
କାର ହେଡ୍ ଲାଇଟ୍ ଓ ଡିକି ତଳେ ଗଞ୍ଜେଇ ଥିବା ଅବକାରୀ ବିଭାଗ ଜାଣିବାକୁ ପାଇଥିଲା। ପରେ କାର୍ ଲାଇଟ୍ ଖୋଲି ଗଞ୍ଜେଇ ଜବତ କରାଯାଇଥିଲା।
Miscellaneous
ଭୀମସାରରୁ ଚୋରି ନବଜାତ ଶିଶୁପୁତ୍ର ଉଦ୍ଧାର
ଘଟଣାରେ ସଂପୃକ୍ତ ମହିଳା ଓ ତାଙ୍କ ସ୍ୱାମୀ ଅଟକ। ଚୋରିର ଉଦ୍ଦେଶ୍ୟ ଜଣାପଡି ନାହିଁ, ଅଧିକ ତଦନ୍ତ କରୁଛି ପୁଲିସ।