ସମ୍ୱଲପୁର(ସଞ୍ଜୟ ଜେନା): ମାର୍ଚ୍ଚ ୧ ତାରିଖରୁ ସାରା ରାଜ୍ୟରେ ଟ୍ରାଫିକ୍ ଉଲ୍ଲଂଘନକାରୀଙ୍କ ବିରୋଧରେ ଧରପଗଡ଼ ଆରମ୍ଭ ହୋଇଛି। ଆଜି ସମ୍ୱଲପୁର ସହର ସ୍ଥିତ ଲକ୍ଷ୍ମୀ ଟକିଜ୍ ଛକରେ ଜଣେ ଅଟୋ ଚାଳକ ଆଇନ ଉଲଂଘନ କରିଥିବା ଅଭିଯୋଗରେ ପରିବହନ ବିଭାଗ ୩୦ ହଜାର ୫ ଶହ ଟଙ୍କା ଚାଲାଣ କାଟିଛି। ଅଟୋର ରେଜିଷ୍ଟ୍ରେସନ ସାର୍ଟିଫିକେଟ ନଥିବାରୁ ୫ ହଜାର ଟଙ୍କା, ଡିଏଲ ନଥିବାରୁ ୫ ହଜାର ଏବଂ ଓଭର ଲୋଡିଂ ପାଇଁ ୨୦ ହଜାର ଏବଂ ସାଧାରଣ ଅପରାଧ ପାଇଁ ୫୦୦ ଟଙ୍କା ଜରିମାନା କରାଯାଇଛି।
ସୂଚନାଯୋଗ୍ୟ, ଗତକାଲି ସମ୍ବଲପୁରରେ ଦୁଇ ଜଣ ନାବାଳକ ଟ୍ରାଫିକ୍ ନିୟମ ଭାଙ୍ଗି ଥିବାବେଳେ, ସେମାନଙ୍କର ବାପାମାନଙ୍କୁ ଗଣିବାକୁ ପଡ଼ିଛି ମୋଟା ଅଙ୍କର ଜରିମାନା। ମୋଟ ୮୦ ହଜାର ଟଙ୍କାର ଫାଇନ୍ କଟିଛି ଦୁଇ ବ୍ୟକ୍ତିଙ୍କ ନାଁରେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳକଙ୍କ ପାଦ ତଳେ ତୁଳସୀ ଲାଗି ଘଟଣା; ମାମଲା ରୁଜୁ କଲା ଶିଶୁ ଆୟୋଗ
ପ୍ୟାଣ୍ଟସାର୍ଟ ପିନ୍ଧି ଚୌକିରେ ବସିଥିବା ଜଣେ ନାବାଳକଙ୍କୁ ଏପରି ପୂଜାର୍ଚ୍ଚନା କରାଯିବାର ଭିଡିଓ ସୋଶାଲ ମିଡିଆରେ ଭାଇରାଲ ହେଉଛି। ଏହି ଘଟଣାରେ ନିଜ ଆଡୁ ମାମଲା ରୁଜୁ କରିଛି ଶିଶୁ ଆୟୋଗ।
Miscellaneous
ସରକାର ଦେଉଛନ୍ତି ୟୁନିଫର୍ମ ଓ ଜୋତା; ପିଲାଙ୍କୁ ମିଳୁନି, ଡମ୍ପିଂୟାର୍ଡକୁ ଯାଉଛି
ଛୋଟ ଛୋଟ ପିଲାଙ୍କୁ ସ୍କୁଲମୁହାଁ କରିବାକୁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ରାଜ୍ୟ ସରକାର । ସେମାନଙ୍କ ପାଇଁ ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା କରିବାଠୁ ଆରମ୍ଭ କରି ୟୁନିଫର୍ମ ଡ୍ରେସ ଓ ଜୋତା ବି ଯୋଗାଇ ଦେଉଛନ୍ତି। ମାତ୍ର ଏହି ଡ୍ରେସ୍ ଓ ଜୋତା ପିଲାଙ୍କୁ ମିଳିବା ପରିବର୍ତ୍ତେ ଯାଉଛି ଡମ୍ଫିୟାର୍ଡ ।
Accident
ଘରକୁ ଫେରୁଥିଲେ ଦୁଇ ଯୁବକ, ରାତି ଅଧରେ ପିଟିଲା ଅଜଣା ଗାଡ଼ି
ଉଭୟ ପାରାଦୀପ ଯାଇଥିବା ବେଳେ ସେଠାରୁ ଘରକୁ ଫେରୁଥିଲେ । ମାତ୍ର ବିଳମ୍ବିତ ରାତିରେ ଉଭୟଙ୍କ ବାଇକ୍କୁ ଏକ ଅଜଣା ଗାଡ଼ି ପିଟି ଦେଇ ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିଲା
Miscellaneous
ଜମୁଛି ଛାଡ଼ଖାଇ, ଆମିଷ ବଜାରରେ ପ୍ରବଳ ଭିଡ଼
ଆଜି ରବିବାର ହୋଇଥିବାରୁ ଆମିଷପ୍ରେମୀଙ୍କ ଭିତରେ ପ୍ରବଳ ଆଗ୍ରହ ଦେଖିବାକୁ ମିଳିଛି। ସକାଳୁ ସକାଳୁ ଆମିଷ ବଜାରରେ ଭିଡ଼ ଜମିଛି।
Accident
ଛାଡ଼ଖାଇରେ ମାଛ ବିକିବାକୁ ବାହାରିଥିଲେ, ଚଢ଼ିଗଲା ଟ୍ରକ୍
ଆଜି ଛାଡ଼ଖାଇ ଥିବାବେଳେ ଭୋରରୁ ସେ ସାଇକେଲ ଯୋଗେ ମାଛ ନେଇ ବିକ୍ରି କରିବାକୁ ଯାଉଥିଲେ । ରାସ୍ତାରେ ଏକ ଟ୍ରକ ତାଙ୍କ ଉପରେ ଚଢିଯାଇଥିଲା ।