୨୦ ଫୁଟ୍‌ ତଳକୁ ଖସିଲା ଅଟୋ

ବୌଦ୍ଧ(ଭାର୍ଜନ କୁମାର ପ୍ରଧାନ):ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଅନ୍ତର୍ଗତ ମାରଦିଙ୍ଗି ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଅଟୋ ଭାରସାମ୍ୟ ହରାଇ ୨୦ ଫୁଟ୍‌ ତଳକୁ ଖସି ପଡ଼ିଛି। ଦୁର୍ଘଟଣାରେ ଆଠ ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ଅଛି। ଦୁଇ ଜଣ ଗୁରୁତରଙ୍କୁ ବୌଦ୍ଧ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟମାନଙ୍କୁ ପୁରୁଣା କଟକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସାପରେ ସେମାନଙ୍କୁ ଛାଡି ଦିଆଯାଇଛି। […]

accident99

Tapaswini Nayak
  • Published: Wednesday, 11 December 2019
  • , Updated: 11 December 2019, 06:00 PM IST

ବୌଦ୍ଧ(ଭାର୍ଜନ କୁମାର ପ୍ରଧାନ):ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଅନ୍ତର୍ଗତ ମାରଦିଙ୍ଗି ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଅଟୋ ଭାରସାମ୍ୟ ହରାଇ ୨୦ ଫୁଟ୍‌ ତଳକୁ ଖସି ପଡ଼ିଛି। ଦୁର୍ଘଟଣାରେ ଆଠ ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ଅଛି। ଦୁଇ ଜଣ ଗୁରୁତରଙ୍କୁ ବୌଦ୍ଧ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟମାନଙ୍କୁ ପୁରୁଣା କଟକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସାପରେ ସେମାନଙ୍କୁ ଛାଡି ଦିଆଯାଇଛି।

ପୁଲିସ୍‌ ଘଟଣାର ତଦନ୍ତ କରିବା ସହ ଅଟୋକୁ ଜବତ କରିଛି।

Related story