କଟକ(ଓଡ଼ିଶା ରିପୋର୍ଟର): କଟକ ବାଦାମବାଡି ବସ୍ଷ୍ଟାଣ୍ଡ ଖାନନଗରକୁ ଉଠିବ। ଏନେଇ ଘୋଷଣା ପରେ ପ୍ରକ୍ରିୟା ଆରମ୍ଭ କରିଛି ଜିଲ୍ଲା ପ୍ରଶାସନ। ନୂଆ ବସଷ୍ଟାଣ୍ଟ ନିର୍ମାଣ ପାଇଁ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଜିଲ୍ଲାପାଳ ଓ ଅନ୍ୟ ପ୍ରଶାସନିକ ଅଧିକାରୀ ଖାନନଗର ରିଂଗ ବନ୍ଧ ଆଖପାଖ ବସ୍ତି ସହ ଲାଇବ୍ରେରୀ ବୁଲି ଦେଖିଛନ୍ତି ।
ବସ୍ଷ୍ଟାଣ୍ଡ ପାଇଁ ଆବଶ୍ୟକ ହେଉଥିବା ୩୦ ଏକର ଜମିକୁ କିପରି ଚିହ୍ନଟ କରାଯିବ ତାହାର ତଦାରଖ କରିଥିଲୋ ଏହାସହ ବସ୍ତି , ପାର୍କ ଓ ଲାଇବ୍ରେରୀକୁ ସେଠାରୁ ହଟାଇ ଅନ୍ୟତ୍ର କେଉଁ ସ୍ଥାନରେ କରାଯିବ ସେ ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା। ଖୁବଶୀଘ୍ର ଏହାର ଡିପିଆର ପ୍ରସ୍ତୁତ କରାଯାଇ ରାଜ୍ୟ ସରକାରଙ୍କ ପାଖରେ ଉପସ୍ଥାପନ କରାଯିବ ବୋଲି ଜିଲ୍ଲାପାଳ ଭବାନୀଶଙ୍କର ଚୟନୀ କହିଛନ୍ତିା
ତେବେ ସ୍ଥାନୀୟ ଅଞ୍ଚଳରେ ଥିବା ବସ୍ତିବାସିନ୍ଦାମାନେ ଏହାକୁ ନେଇ ଅସନ୍ତୋଷ ପ୍ରକାଶ କରିଥିବାବେଳେ ଲାଇବ୍ରେରୀକୁ ଆସୁଥିବା ଛାତ୍ରଛାତ୍ରୀମାନେ ମଧ୍ୟ ପ୍ରଥମେ ପ୍ରଶାସନ ଲାଇବ୍ରେରୀ କରିବା ପରେ ଉଚ୍ଛେଦ କରୁ ବୋଲି ଦାବି କରିଛନ୍ତିା
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ବ୍ରିଜ ତଳକୁ ଖସିଲା ବସ୍, ଭିତରେ ଥିଲେ ୪୫ ଯାତ୍ରୀ
ପ୍ରାୟ ୪୦ରୁ ୪୫ ଜଣ ଯାତ୍ରୀ ଗତ ରାତିରେ ଏକ ବସ୍ ଯୋଗେ ନୟାଗଡ଼ ଜିଲ୍ଲା ଖଣ୍ଡପଡା ବ୍ଲକର ଗୁଣ୍ଠୁଣି ଗ୍ରାମରୁ ବାହାରିଥିଲେ। ସେମାନେ କାଳୀଜାଇ ଦେଖିବା ପାଇଁ ଯାଉଥିଲେ।
Miscellaneous
ଭିନ୍ନକ୍ଷମଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ: ଜିଲ୍ଲାପାଳଙ୍କୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ ଅନୁମତି
ଏବେ ପ୍ରଚଳିତ ନିୟମ ଅନୁସାରେ, ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ ନିମନ୍ତେ ଜିଲ୍ଲାଗୁଡ଼ିକୁ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅନୁମୋଦନ ନେବାକୁ ପଡ଼ିଥାଏ ।
Education
OSSTET-୨୦୨୪ ପାଇଁ ବିଏସ୍ଇ ୱେବସାଇଟ୍ରେ ଉପଲବ୍ଧ ହେଲା ଆଡ୍ମିଟ୍ କାର୍ଡ
ମୋଟ ୫୦,୫୮୭ ଜଣ ଏହି ପରୀକ୍ଷା ଦେବେ। ସେମାନଙ୍କ ମଧ୍ୟରୁ ୪୭,୨୦୬ ଜଣ ପ୍ରଥମ ପେପର ଓ ୩୩୮୧ ଜଣ ଦ୍ୱିତୀୟ ପେପର ପରୀକ୍ଷା ଦେବେ।
Miscellaneous
ସଶକ୍ତ ହେବେ ଗ୍ରାମୀଣ କାରିଗର: ୟଙ୍ଗ ଇଣ୍ଡିଆନସ୍ ଭୁବନେଶ୍ୱର
ପ୍ରତ୍ୟେକ ପ୍ରତିଭାବାନ ବ୍ୟକ୍ତିବିଶେଷଙ୍କୁ ସେମାନଙ୍କର ଦକ୍ଷତା ପ୍ରଦର୍ଶନ ଏବଂ ଜୀବିକା ନିର୍ବାହ ପାଇଁ ଏହି ସୁଯୋଗ ଏକ ପ୍ଲାଟଫର୍ମ ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଛି।