ପୁରୀ (ଓଡ଼ିଶା ରିପୋର୍ଟର): ପୁରୀ ବଗଲା ଧର୍ମଶାଳା ପ୍ଲଟ୍ ବିକ୍ରି ଅଭିଯୋଗ ପ୍ରସଙ୍ଗରେ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ପ୍ରହଲ୍ଲାଦ ସିଂହ ପଟେଲଙ୍କ ନିକଟରେ ଫେରାଦ ହେଲେ ବିଜେପି ମୁଖପାତ୍ର ସମ୍ବିତ ପାତ୍ର। ଏହି ମାମଲାରେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ହସ୍ତକ୍ଷେପ କରିବା ପାଇଁ ସେ ଦାବି ଜଣାଇଛନ୍ତି । ଏନେଇ ଦିଲ୍ଲୀ ଟ୍ରାନ୍ସପୋର୍ଟ ଭବନ ସ୍ଥିତ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରାଳୟରେ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି। ବଗଲା ଧର୍ମଶାଳା ଜମି ବିକ୍ରି ପଛରେ ବଡ ଧରଣର ଦୁର୍ନୀତି ହୋଇଥିବା ଅଭିଯୋଗ କରିଛନ୍ତି ସମ୍ବିତ। ଅନ୍ୟପଟେ କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ସିଂହ ପଟେଲ ସୋମବାର ସୁଦ୍ଧା ନିଜର ମତାମତ ରଖିବା ସହ ଏନେଇ ପିଏମ୍ଓଙ୍କୁ ଜଣାଇବେ ବୋଲି କହିଥିବା ସମ୍ବିତ ପାତ୍ର ସୂଚନା ଦେଇଛନ୍ତି। ସମ୍ବିତଙ୍କ ଅଭିଯୋଗ ନେଇ ରାଜ୍ୟ ସରକାରଙ୍କ ପ୍ରତିକ୍ରିୟା ମିଳିନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।
Crime
ନିର୍ମାଣାଧୀନ ଘରୁ ବୋମା ଭର୍ତ୍ତି ବ୍ୟାଗ୍ ଜବତ, ଅଭିଯୁକ୍ତ ଚମ୍ପଟ
ପୁଲିସ୍କୁ ଦେଖି କିଛି ଯୁବକ ବ୍ୟାଗ ଛାଡି ଦୌଡ଼ି ପଳାଇଥିବା ବେଳେ ପୁଲିସ୍ ସେମାନଙ୍କ ସନ୍ଧାନ ଆରମ୍ଭ କରିଛି।
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।
Miscellaneous
ଜବରଦଖଲ ଉଚ୍ଛେଦକୁ ବିରୋଧ, ପ୍ରଶାସନ ଲାଗୁ କଲା କର୍ଫ୍ୟୁ
ବାଲେଶ୍ୱରର ଯାଦପୁର, ଅକ୍ତିଆରପୁର ଓ ଭାସ୍କରଗଞ୍ଜ ମୌଜାରେ ଜବରଦଖଲ ଉଚ୍ଛେଦ ପାଇଁ ପ୍ରଶାସନ କଠୋର ପଦକ୍ଷେପ ନେଇଛି । ସେହି ସ୍ଥାନରେ ତୃତୀୟ ଲାଇନ କାମରେ ବାଧକ ସାଜିଛନ୍ତି ଜବରଦଖଲକାରୀ ।