ଭୁବନେଶ୍ୱର: ଆସନ୍ତା ୨୯ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ ବର୍ଷା ଲାଗି ରହିବ। ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ କିମ୍ୱା ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଗତକାଲି ସୃଷ୍ଟି ହୋଇଥିବା ଲୋପ୍ରେସର ୱେଲମାର୍କ ଲୋପ୍ରେସରରେ ପରିଣତ ହୋଇଛି। ଏହାରି ପ୍ରଭାବରେ ଆସନ୍ତା ୨ଦିନ ପର୍ଯ୍ୟନ୍ତ ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ପୂର୍ବାନୁମାନ କରିଛି। ଉତ୍ତରପୂର୍ବ ସମୁଦ୍ରକୂଳରେ ୪୫ରୁ ୫୦କିଲୋମିଟର ବେଗରେ ପବନ ବୋହିବା ସମ୍ଭାବନା ରହିଛି। ଏନେଇ ସମୁଦ୍ରକୁ ନ ଯିବାକୁ ମତ୍ସଜୀବୀମାନଙ୍କ ପାଇଁ ସତର୍କ ସୂଚନା ରହିଛି।