Advertisment

ଆଜି ବାହୁଡ଼ା, ଭାଇ, ଭଉଣୀଙ୍କୁ ଧରି ଶ୍ରୀମନ୍ଦିର ଫେରିବେ ମହାପ୍ରଭୁ

ପୁରୀ(ଓଡ଼ିଶା ରିପୋର୍ଟର): ଜନ୍ମବେଦୀରେ ସରିଲା ମହାପ୍ରଭୁଙ୍କ ଲୀଳାଖେଳା। ନବଦିନାତ୍ମକ ଯାତ୍ରା କରି ଭକ୍ତଜନଙ୍କୁ ଆଡ଼ପ ମଣ୍ଡପରେ ଦୁର୍ଲଭ ଦର୍ଶନ ଦେଇ ଆଜି ଶ୍ରୀଜିଉ ଫେରିବେ ଶ୍ରୀମନ୍ଦିର। ଭୋର୪ଟାରୁ ଠାକୁରଙ୍କ ନୀତିକାନ୍ତି ଆରମ୍ଭ ହୋଇଥିବା ବେଳେ ମଧ୍ୟାହ୍ନ ୧୨ଟାରେ ପହଣ୍ଡି ସରିବାର ନୀତି ନିର୍ଦ୍ଧାରଣ ହୋଇଛି। ଏହାପରେ ସାଢ଼େ ୨ଟାରେ ଛେରାପହଁରା ଓ ଅପରାହ୍ନ ୪ଟାରେ ରଥଟଣା ପାଇଁ ନୀତି ନିର୍ଘଣ୍ଟ ହୋଇଛି। ତେବେ ତାର ବହୁ ପୂର୍ବରୁ ଏସବୁ ନୀତି ସାରିବାକୁ ଚାଲିଛି ପ୍ରସ୍ତୁତି। ଆସନ୍ତାକାଲି ରଥଉପରେ […]

ଅଦ୍ୟତନ ହୋଇଛି
ଆଜି ବାହୁଡ଼ା, ଭାଇ, ଭଉଣୀଙ୍କୁ ଧରି ଶ୍ରୀମନ୍ଦିର ଫେରିବେ ମହାପ୍ରଭୁ

rathayatra

Advertisment

ପୁରୀ(ଓଡ଼ିଶା ରିପୋର୍ଟର): ଜନ୍ମବେଦୀରେ ସରିଲା ମହାପ୍ରଭୁଙ୍କ ଲୀଳାଖେଳା। ନବଦିନାତ୍ମକ ଯାତ୍ରା କରି ଭକ୍ତଜନଙ୍କୁ ଆଡ଼ପ ମଣ୍ଡପରେ ଦୁର୍ଲଭ ଦର୍ଶନ ଦେଇ ଆଜି ଶ୍ରୀଜିଉ ଫେରିବେ ଶ୍ରୀମନ୍ଦିର। ଭୋର୪ଟାରୁ ଠାକୁରଙ୍କ ନୀତିକାନ୍ତି ଆରମ୍ଭ ହୋଇଥିବା ବେଳେ ମଧ୍ୟାହ୍ନ ୧୨ଟାରେ ପହଣ୍ଡି ସରିବାର ନୀତି ନିର୍ଦ୍ଧାରଣ ହୋଇଛି। ଏହାପରେ ସାଢ଼େ ୨ଟାରେ ଛେରାପହଁରା ଓ ଅପରାହ୍ନ ୪ଟାରେ ରଥଟଣା ପାଇଁ ନୀତି ନିର୍ଘଣ୍ଟ ହୋଇଛି।

Advertisment

ତେବେ ତାର ବହୁ ପୂର୍ବରୁ ଏସବୁ ନୀତି ସାରିବାକୁ ଚାଲିଛି ପ୍ରସ୍ତୁତି। ଆସନ୍ତାକାଲି ରଥଉପରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ସୁନାବେଶ। କୋଭିଡ୍ କଟକଣା ଯୋଗୁ ଦୁଇବର୍ଷ ଧରି ଭକ୍ତ ମହାପ୍ରଭୁଙ୍କ ରାଜରାଜେଶ୍ୱରର ବେଶ ଦର୍ଶନରୁ ବଞ୍ଚିତ ଥିଲେ। ତେଣୁ ଏବର୍ଷ ପୁରୀକୁ ପ୍ରବଳ ଜନସମାଗମ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏଥର ରାତି ଗୋଟାଏ ଯାଏଁ ଦର୍ଶନ ବ୍ୟବସ୍ଥା କରାଯାଇଛି।

ଏଥିସହ ସୁନାବେଶ ସମୟରେ ଯେପରି ବିଗ୍ରହମାନଙ୍କ ସମ୍ମୁଖରେ କୌଣସି ସେବାୟତ ରହିବେ ନାହିଁ ବୋଲି ନିଷ୍ପତ୍ତି ହୋଇଛି। ସୋମବାର ରଥ ଉପରେ ଅଧରପଣା ଓ ମଙ୍ଗଳବାର ନୀଳାଦ୍ରିବିଜେ କରି ଶ୍ରୀମନ୍ଦିର ବାହୁଡ଼ିବେ ଚତୁର୍ଦ୍ଧାମୂର୍ତ୍ତି।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe