ଭୁବନେଶ୍ୱର(ଓଡିଶା ରିପୋର୍ଟର): ପୁଣି ବିଜେଡିର ଗୁମର ଖୋଲିଛନ୍ତି ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡା। ଓଟିଭିର ଖୋଲାକଥା କାର୍ଯ୍ୟକ୍ରମରେ ଭାଗନେଇ ବୈଜୟନ୍ତ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ କୋଟେରୀ ଦ୍ୱାରା ପରିଚାଳିତ ହେଉଛନ୍ତି ଓ ତାକୁ ନେଇ ସେ ଚିନ୍ତିତ ।ପାଣ୍ଡିଆନ୍ଙ୍କ ଭୂମିକା ସମ୍ପର୍କରେ ସିବିଆଇ କିମ୍ବା ଇଡି ଦ୍ୱାରା ତଦନ୍ତ ହେବା ଦରକାର ବୋଲି ଦାବି କରିଛନ୍ତି ବୈଜୟନ୍ତ ।ଏଥିସହିତ ବିଜେଡିରେ ତାଙ୍କ ପ୍ରତି ହୋଇଥିବା ଅନ୍ୟାୟ, ତାଙ୍କର ଆଗାମୀ କାର୍ଯ୍ୟପନ୍ଥା ଏବଂ ଓଡ଼ିଶା ତଥା ଜାତୀୟ ରାଜନୀତି ସମ୍ପର୍କରେ ଓଟିଭି ଖୋଲା କଥାରେ ସେ ମତ ରଖିଛନ୍ତି ।
ସୂଚନାଯୋଗ୍ୟ, ଗୁରୁବାର ରାତି ୧୦ଟା ଓଟିଭିରେ ଖୋଲାକଥା କାର୍ଯ୍ୟକ୍ରମ ଦେଖିପାରିବେ। ଏଥିରେ ବରିଷ୍ଠ ସାମ୍ବାଦିକ ରାଜାରାମ ଶତପଥୀ ପଣ୍ଡାଙ୍କ ସାକ୍ଷାତକାର ନେଇଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।