ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବର୍ଷା ପରେ ଗତକାଲି ଭୁବନେଶ୍ୱରର ଅବସ୍ଥା ନେଇ କ୍ଷୋଭ ପ୍ରକାଶ କରିଛନ୍ତି ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡା। ଟ୍ୱିଟରରେ ସେ ଲେଖିଛନ୍ତି,“ ଭୁବନେଶ୍ୱର ଦେଶର ଏକ ନମ୍ବର ସ୍ମାର୍ଟ ସିଟି ହୋଇଥିଲେ ମଧ୍ୟ ପୂର୍ବ ପରି ଜଳ ନିଷ୍କାସନ ସମସ୍ୟା ଲାଗି ରହିଛି। ଏଭଳି ସମସ୍ୟା ଆଗରୁ କେବଳ ବଡ଼ ବଡ଼ ମେଟ୍ରୋରେ ଦେଖିବାକୁ ମିଳୁଥିଲା। ଦ୍ରୁତ ଗତିରେ ସହରୀକରଣ ହେଉଥିଲେ ମଧ୍ୟ ଡ୍ରେନେଜ ପରି ମୌଳିକ ବ୍ୟବସ୍ଥାକୁ ଭୁଲି ଯାଉଛୁ। ଏହା ଆମକୁ ବହୁତ ମହଙ୍ଗା ପଡ଼ିବ।”
ସୂଚନାଯୋଗ୍ୟ, ଗତକାଲି ଘଣ୍ଟାକର ବର୍ଷାରେ ରାଜଧାନୀର ଜାତୀୟ ରାଜପଥରେ ବର୍ଷା ପାଣି ଜମି ସୃଷ୍ଟି ହୋଇଥିଲା ବନ୍ୟା ପରିସ୍ଥିତି। ନୟାପଲ୍ଲୀ ଇସ୍କନ ମନ୍ଦିର ସାମ୍ନା ରାସ୍ତାରେ ମଣିଷ ଉଚ୍ଚର ପାଣି ବୋହୁଥିବା ଦେଖିବାକୁ ମିଳିଥିଲା। ସେଠାରେ ଥିବା କାର, ଅଟୋ ଓ ବାଇକ୍ ପାଣିରେ ବୁଡିଯାଇଥିଲା। ଫଳରେ ଅନେକ ସମୟ ଧରି ସେହି ରାସ୍ତାରେ ଯାତାୟତ ବାଧାପ୍ରାପ୍ତ ହୋଇଥିଲା।
ଆହୁରି ପଢନ୍ତୁ-ସ୍ମାର୍ଟ ସିଟି ରାସ୍ତାରେ ମଣିଷ ଉଚ୍ଚର ପାଣି: ଇସ୍କନ ମନ୍ଦିର ସାମ୍ନା ରାସ୍ତାରେ ବନ୍ୟା ଭଳି ସ୍ଥିତି
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫୋଟ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।
Crime
ହଂସିତା-ଅନୀଲ୍ଙ୍କ ଠକାମିର ପୋଲ୍ ଖୋଲିଲେ ତାଙ୍କ ପୂର୍ବତନ କର୍ମଚାରୀ!
ହଂସିତା-ଅନୀଲଙ୍କ ଅଫିସ୍ରେ କାମ କରୁଥିବା ପୂର୍ବତନ କର୍ମଚାରୀ Mr X ପୁଲିସ୍କୁ ଦେଇଥିବା ବୟାନରେ ଲେଖିଛନ୍ତି, ଦୁଇ ବର୍ଷ ତଳେ କଟକରେ ଅନୀଲ ମହାନ୍ତିଙ୍କ ଜନ୍ମଦିନ ପାର୍ଟିରେ ହଂସିତା ଅଭିଲିପ୍ସାଙ୍କ ସହିତ ମୋର ଦେଖା ହୋଇଥିଲା।
Guest Column
ଫେରନ୍ତା ପ୍ରବାସୀଙ୍କୁ ଖୋଲାପତ୍ର
ଏ ରାଜ୍ୟ ଗୋଟିଏ ଚାଷୀ ପ୍ରଧାନ ରାଜ୍ୟ। କିନ୍ତୁ ଏହାର କୃଷକ ପରିବାରର ଆୟ ଏ ପର୍ଯ୍ୟନ୍ତ ମାସିକ ୧୦ ହଜାର ଟଙ୍କା ଛୁଇଁନାହିଁ। ସେହିପରି ଆଦିବାସୀ ପରିବାରର ମାସିକ ଆୟ ୩ ହଜାର ଟଙ୍କା ମଧ୍ୟ ଛୁଇଁନାହିଁ। ଆପଣମାନେ ବିଭିନ୍ନ ଭାବରେ ଅତିଥି ହୋଇ ଆସିଥିଲେ। ଏଣୁ ଏଠାକାର ଆତିଥ୍ୟ ସଂପର୍କରେ ଆପଣଙ୍କୁ ବେଶି କିଛି ଜଣାନଥିବ।
Crime
ନିଜ ନିଜ ଘରେ ଝୁଲି ପଡ଼ିଲେ ପ୍ରେମୀ ଯୁଗଳ!
ବାଙ୍କୀ ଥାନା ଅନ୍ତର୍ଗତ ଅନୁଆରୀ ପଞ୍ଚାୟତ କୁରୁମଚଇନି ଗାଁର ରଞ୍ଜନ ସେଠ ବାଇଗଣୀ ଗ୍ରାମ କଲ୍ୟାଣୀ ମାଝୀଙ୍କୁ ପ୍ରେମ କରୁଥିଲେ। କଲ୍ୟାଣୀ ମଧ୍ୟ ରଞ୍ଜନଙ୍କୁ ଭଲ ପାଉଥିଲେ। ଉଭୟ ବାହା ହେବା ପାଇଁ କେତେ ସପନ ଦେଖୁଥିଲେ।
Crime
କାଲି ଘରୁ ବାହାରିଥିଲା ପୁଅ, ଆଜି ମିଳିଲା ମୃତଦେହ
କାଲି ରାତିରେ ଘରୁ ବାହାରିଥିଲେ ଯୁବକ। ହେଲେ ଆଉ ଘରକୁ ଫେରିଲେ ନାହିଁ। ଆଜି ସକାଳୁ ଗାଁ ନିକଟରୁ ମିଳିଲା ତାଙ୍କ ରକ୍ତାକ୍ତ ମୃତଦେହ ।