Advertisment

ଆଜୀବନ ସଜା କାଟୁଥିବା କଏଦୀଙ୍କ ମୃତ୍ୟୁ

ଆଜି ସକାଳେ ସୁନାଧାର ନିଶ୍ଵାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିଥିଲେ। ତାଙ୍କୁ ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ଥିବାରୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା।

author-image
Manoranjan Sial
Jail

Jail

ବଲାଙ୍ଗିର ଜିଲ୍ଲା କାରାଗାରରେ ଆଜୀବନ ସଜା କାଟୁଥିବା ଜଣେ କଏଦୀଙ୍କ ମୃତ୍ୟୁ ହୋଇଛି। ମୃତ କଏଦୀ ହେଉଛନ୍ତି ବେଲପଡା ଥାନା ସର୍ଗିଗୁଡା ଗାଁର ସୁନାଧର ବାଗ। ୨୦୦୭ ମସିହାରେ ଜଣେ ନାବାଳକ ହତ୍ୟାକାଣ୍ଡ ଘଟଣାରେ ଗିରଫ ହୋଇ ବଲାଙ୍ଗିର ଜେଲରେ ଆଜୀବନ ସଜା କାଟୁଥିଲେ ୭୦ ବର୍ଷୀୟ ସୁନାଧାର।

Advertisment

ଆଜି ସକାଳେ ସୁନାଧାର ନିଶ୍ଵାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିଥିଲେ। ତାଙ୍କୁ ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ଥିବାରୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ଏନେଇ ସୁନାଧାରଙ୍କ ପରିବାର ଲୋକଙ୍କୁ ଖବର ଦେଇଛନ୍ତି ଜେଲ କର୍ତ୍ତୃପକ୍ଷ। ପରିବାର ଲୋକ ଆସିଲେ ମୃତଦେହ ବ୍ୟବଚ୍ଛେଦ କରାଯିବ ବୋଲି ଜଣାପଡ଼ିଛି।

ରିପୋର୍ଟ-ବଲାଙ୍ଗିରରୁ ଘଟେଶ୍ୱର ମିଶ୍ର

Balangir