Advertisment

ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ସବୁଠାରୁ ବେଶି ପ୍ରଭାବିତ ହେବ: IMD ଡିଜି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାତ୍ୟାର ସ୍ଥିତି ଓ କ୍ଷୟକ୍ଷତି ନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ଆକଳନ। ଧାମରା ଓ ଚାନ୍ଦବାଲିରେ ସବୁଠାରୁ ବେଶି କ୍ଷତି ଘଟାଇବ। ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ସବୁଠାରୁ ବେଶି ପ୍ରଭାବିତ ହେବ। ବାଲେଶ୍ୱର ଓ ଭଦ୍ରକରେ ସମୁଦ୍ରରେ ୨ରୁ ୪ ମିଟର ଜୁଆର ଆସିବ। କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ୨ ମିଟର ଜୁଆର ଆସିବ। ମୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା ଓ ଗଞ୍ଜାମ ଜିଲ୍ଲାରେ ବି ପ୍ରଭାବ ରହିବ। ୨୬ ତାରିଖ […]

ଅଦ୍ୟତନ ହୋଇଛି
ଏଥର ସ୍ୱାଭାବିକ ମୌସୁମୀ

imd

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାତ୍ୟାର ସ୍ଥିତି ଓ କ୍ଷୟକ୍ଷତି ନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ଆକଳନ। ଧାମରା ଓ ଚାନ୍ଦବାଲିରେ ସବୁଠାରୁ ବେଶି କ୍ଷତି ଘଟାଇବ। ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ସବୁଠାରୁ ବେଶି ପ୍ରଭାବିତ ହେବ। ବାଲେଶ୍ୱର ଓ ଭଦ୍ରକରେ ସମୁଦ୍ରରେ ୨ରୁ ୪ ମିଟର ଜୁଆର ଆସିବ।

Advertisment

କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ୨ ମିଟର ଜୁଆର ଆସିବ। ମୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା ଓ ଗଞ୍ଜାମ ଜିଲ୍ଲାରେ ବି ପ୍ରଭାବ ରହିବ। ୨୬ ତାରିଖ ସକାଳୁ ବାତ୍ୟାର ପ୍ରଭାବ ଉପକୂଳରେ ପଡ଼ିବ। ଆଜି ସନ୍ଧ୍ୟା ସୁଦ୍ଧା ୟାସ୍ ଅତି ଭୀଷଣ ବାତ୍ୟାରେ ପରିଣତ ହେବ।

ବାତ୍ୟା ୟାସ୍‌ ସମ୍ବନ୍ଧୀୟ ଲାଇଭ୍‌ ଅପଡେଟ୍ ପାଇଁ କ୍ଲିକ କରନ୍ତୁ

ସ୍ଥଳଭାଗ ଛୁଇଁବାର ପୂର୍ବ ଓ ପର ୬ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିଛନ୍ତି। ଆଜି ମଧ୍ୟରାତ୍ରରୁ ୬୦ରୁ ୮୦ କିମି ବେଗରେ ପବନ ବହିବ। କାଲି ସକାଳ ବେଳକୁ ପବନର ବେଗ ୧୫୦ରୁ ୧୬୦ କିମି ରହିବ। ଫୋନି ଠାରୁ ପବନର ବେଗ ପାଖାପାଖି ୫୦ କିମି କମ୍ ରହିବ।

Advertisment

ସେହିପରି ଏସଆରସିଙ୍କ ସୂଚନା ଅନୁସାରେ ଆଜି ଦିନ ୧୦ ସୁଦ୍ଧା ୫୦ରୁ ୬୦ ହଜାରଙ୍କୁ ସ୍ଥାନାନ୍ତର କରାଯାଇଛି। ସ୍ଥାନାନ୍ତର ପ୍ରକ୍ରିୟାରେ ଜନସାଧାରଣଙ୍କ ସହଯୋଗ ମିଳୁଥିବା ଏସଆରସି କହିଛନ୍ତି। ୪ ହଜାର ୫ ଶହ ଗର୍ଭବତୀ ମହିଳାଙ୍କୁ ସ୍ଥାନାନ୍ତର ପାଇଁ ବ୍ୟବସ୍ଥା କରାଯାଇଥିବା ନେଇ କହିବା ସହ ବାତ୍ୟା ସମୟରେ ବାହାରେ ବୁଲାବୁଲି ନ କରିବାକୁ ପରାମର୍ଶ ଦେଇଛନ୍ତି SRC। ସେପଟେ ବାତ୍ୟା ବେଳେ ଅନ୍ତତଃ ୪ରୁ ୬ ଘଣ୍ଟା ଛାତ ଘର ଭିତରେ ରହିବାକୁ ସେ ପରାମର୍ଶ ଦେଇଛନ୍ତି। କଟକ, ଭୁବନେଶ୍ୱରରେ ପବନର ବେଗ ୬୦ରୁ ୯୦ କିମି ରହିବ ବୋଲି ସୂଚନା ଦେଇଛନ୍ତି ଏସଆରସି।

Cyclone Yaas
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe