ସୋର: ବାଲେଶ୍ୱର ଜିଲ୍ଲା ସୋର ବ୍ଲକ ଗୋପୀନାଥପୁର ସେବାଶ୍ରମ ସ୍କୁଲରେ ମହୁମାଛି ଆକ୍ରମଣରେ ୧୫ ଜଣ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ସୋର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।
ଆଜି ଖେଳ ଛୁଟିରେ ପିଲାମାନେ ସ୍କୁଲ ପଛ ପୋଖରୀ ପାର୍ଶ୍ୱରେ ଖେଳୁ ଥିବା ବେଳେ ମହୁମାଛି ଆକ୍ରାନ୍ତ କରିଥିଲେ। ଫଳରେ ଛାତ୍ରଛାତ୍ରୀମାନେ ଜୀବନ ବିକଳରେ ଦୌଡ଼ି ପଳାଇ ଯାଇଥିଲେ। ଶିକ୍ଷକ ଆହତ ଛାତ୍ରଛାତ୍ରୀଙ୍କୁ ମେଡ଼ିକାଲରେ ଭର୍ତ୍ତି କରିଥିଲେ। ଏବେ ସମସ୍ତ ଛାତ୍ରଛାତ୍ରୀ ସୁସ୍ଥ ଥିବା ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।